14ଏ ଲୋକସାଧାରଣଙ୍କୁ ବିଦ୍ରୋହୀ କରୁଅଛି ବୋଲି ତୁମ୍ଭେମାନେ ଏହାକୁ ଆମ୍ଭ ନିକଟକୁ ଆଣିଥିଲ; ଆଉ ଦେଖ, ଆମ୍ଭେ ତୁମ୍ଭମାନଙ୍କ ସାକ୍ଷାତରେ ଏହାକୁ ପ୍ରଶ୍ନ କରି, ତାହା ବିରୁଦ୍ଧରେ ତୁମ୍ଭେମାନେ ଯେ ସମସ୍ତ ଅଭିଯୋଗ କରୁଅଛ, ସେପରି କୌଣସି ଦୋଷ ଏହାଠାରେ ପାଇଲୁ ନାହିଁ।
15ହେରୋଦ ମଧ୍ୟ ପାଇ ନାହାନ୍ତି କାରଣ ସେ ତାହାକୁ ଆମ୍ଭମାନଙ୍କ ନିକଟକୁ ପୁଣି ପଠାଇଦେଲେ; ଆଉ ଦେଖ, ଏହି ବ୍ୟକ୍ତି ପ୍ରାଣଦଣ୍ଡ ଯୋଗ୍ୟ କୌଣସି କର୍ମ କରି ନାହିଁ;
16ଅତଏବ ଆମ୍ଭେ ଏହାକୁ ଶାସ୍ତି ଦେଇ ମୁକ୍ତ କରିଦେବୁ
17[ପର୍ବ ସମୟରେ ସେମାନଙ୍କ ନିମନ୍ତେ ତାହାଙ୍କୁ ଜଣେ ବନ୍ଦୀକୁ ମୁକ୍ତ କରିବାକୁ ହେଉଥିଲା।]
18ମାତ୍ର ସେମାନେ ସମସ୍ତେ ଏକତ୍ର ଚିତ୍କାର କରି କହିଲେ, ଏହାକୁ ବଧ କର, ଆମ୍ଭମାନଙ୍କ ନିମନ୍ତେ ବାରବ୍ବାକୁ ମୁକ୍ତ କର।