16ଅତଏବ ଆମ୍ଭେ ଏହାକୁ ଶାସ୍ତି ଦେଇ ମୁକ୍ତ କରିଦେବୁ
17[ପର୍ବ ସମୟରେ ସେମାନଙ୍କ ନିମନ୍ତେ ତାହାଙ୍କୁ ଜଣେ ବନ୍ଦୀକୁ ମୁକ୍ତ କରିବାକୁ ହେଉଥିଲା।]
18ମାତ୍ର ସେମାନେ ସମସ୍ତେ ଏକତ୍ର ଚିତ୍କାର କରି କହିଲେ, ଏହାକୁ ବଧ କର, ଆମ୍ଭମାନଙ୍କ ନିମନ୍ତେ ବାରବ୍ବାକୁ ମୁକ୍ତ କର।
19ଏହି ବାରବ୍ବା ନଗରରେ ଘଟିଥିବା କୌଣସି ବିପ୍ଳବ ଯୋଗୁଁ ଓ ନରହତ୍ୟା ହେତୁ କାରାଗାରରେ ପକାଯାଇଥିଲା।
20ମାତ୍ର ପୀଲାତ ଯୀଶୁଙ୍କୁ ମୁକ୍ତ କରିବାକୁ ଇଚ୍ଛା କରି ସେମାନଙ୍କୁ ପୁନର୍ବାର ବୁଝାଇଲେ।