ଲୂକ 23

ମାତ୍ର ପୀଲାତ ଯୀଶୁଙ୍କୁ ମୁକ୍ତ କରିବାକୁ ଇଚ୍ଛା କରି ସେମାନଙ୍କୁ ପୁନର୍ବାର ବୁଝାଇଲେ।

Luke 23:20 (UKJV) Pilate therefore, willing to release Jesus, spoke again to them.

18ମାତ୍ର ସେମାନେ ସମସ୍ତେ ଏକତ୍ର ଚିତ୍କାର କରି କହିଲେ, ଏହାକୁ ବଧ କର, ଆମ୍ଭମାନଙ୍କ ନିମନ୍ତେ ବାରବ୍ବାକୁ ମୁକ୍ତ କର।

19ଏହି ବାରବ୍ବା ନଗରରେ ଘଟିଥିବା କୌଣସି ବିପ୍ଳବ ଯୋଗୁଁ ଓ ନରହତ୍ୟା ହେତୁ କାରାଗାରରେ ପକାଯାଇଥିଲା।

20ମାତ୍ର ପୀଲାତ ଯୀଶୁଙ୍କୁ ମୁକ୍ତ କରିବାକୁ ଇଚ୍ଛା କରି ସେମାନଙ୍କୁ ପୁନର୍ବାର ବୁଝାଇଲେ।

21କିନ୍ତୁ ସେମାନେ ଉଚ୍ଚସ୍ୱରରେ କହିବାକୁ ଲାଗିଲେ, ତାହାକୁ କ୍ରୁଶରେ ଚଢ଼ାଅ, କ୍ରୁଶରେ ଚଢ଼ାଅ।

22ପୁଣି, ସେ ସେମାନଙ୍କୁ ତୃତୀୟ ଥର କହିଲେ, କାହିଁକି, ସେ କି ଦୋଷ କରିଅଛି? ଆମ୍ଭେ ତାହାଠାରେ ପ୍ରାଣଦଣ୍ଡର କୌଣସି ଦୋଷ ପାଇ ନାହୁଁ; ଅତଏବ, ଆମ୍ଭେ ତାହାକୁ ଶାସ୍ତି ଦେଇ ଛାଡ଼ିଦେବା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.