22ପୁଣି, ସେ ସେମାନଙ୍କୁ ତୃତୀୟ ଥର କହିଲେ, କାହିଁକି, ସେ କି ଦୋଷ କରିଅଛି? ଆମ୍ଭେ ତାହାଠାରେ ପ୍ରାଣଦଣ୍ଡର କୌଣସି ଦୋଷ ପାଇ ନାହୁଁ; ଅତଏବ, ଆମ୍ଭେ ତାହାକୁ ଶାସ୍ତି ଦେଇ ଛାଡ଼ିଦେବା।
23ମାତ୍ର ସେ କ୍ରୁଶରେ ଚଢ଼ାଯାଉ ବୋଲି ଦାବି କରି ସେମାନେ ବଡ଼ ପାଟିରେ ଜିଦ୍ କରିବାକୁ ଲାଗିଲେ, ଆଉ ସେମାନଙ୍କ କୋଳାହଳର ଜୟ ହେଲା।
24ପୁଣି, ସେମାନଙ୍କର ଦାବି ଅନୁସାରେ କରାଯାଉ ବୋଲି ପୀଲାତ ଆଦେଶ ଦେଲେ;
25କିନ୍ତୁ ବିପ୍ଳବ ଓ ନରହତ୍ୟା ହେତୁ କାରାଗାରରେ ପକାଯାଇଥିବା ଯେଉଁ ଲୋକ ନିମନ୍ତେ ସେମାନେ ଦାବି କରିଥିଲେ, ତାହାକୁ ସେ ମୁକ୍ତ କରିଦେଲେ, ଆଉ ଯୀଶୁଙ୍କୁ ସେ ସେମାନଙ୍କ ଇଚ୍ଛାର ଅଧୀନରେ ସମର୍ପଣ କଲେ।
26ସେମାନେ ତାହାଙ୍କୁ ଘେନିଯିବା ସମୟରେ ପଲ୍ଲୀରୁ ଆସୁଥିବା ଶିମୋନ ନାମକ ଜଣେ କୂରୀଣୀୟ ଲୋକଙ୍କୁ ଧରି ଯୀଶୁଙ୍କ ପଛେ ପଛେ କ୍ରୁଶ ବହିବା ନିମନ୍ତେ ତାହାଙ୍କ କାନ୍ଧରେ ତାହା ଥୋଇଲେ।