ଲୂକ 23

ପୁଣି, ଲୋକମାନଙ୍କର ଓ ତାହାଙ୍କ ନିମନ୍ତେ ବକ୍ଷାଘାତ କରି ବିଳାପ କରୁଥିବା ସ୍ତ୍ରୀଲୋକମାନଙ୍କର ମହାଜନତା ତାହାଙ୍କର ପଶ୍ଚାଦ୍‍ଗମନ କରୁଥିଲେ।

Luke 23:27 (UKJV) And there followed him a great company of people, and of women, which also bewailed and lamented him.

25କିନ୍ତୁ ବିପ୍ଳବ ଓ ନରହତ୍ୟା ହେତୁ କାରାଗାରରେ ପକାଯାଇଥିବା ଯେଉଁ ଲୋକ ନିମନ୍ତେ ସେମାନେ ଦାବି କରିଥିଲେ, ତାହାକୁ ସେ ମୁକ୍ତ କରିଦେଲେ, ଆଉ ଯୀଶୁଙ୍କୁ ସେ ସେମାନଙ୍କ ଇଚ୍ଛାର ଅଧୀନରେ ସମର୍ପଣ କଲେ।

26ସେମାନେ ତାହାଙ୍କୁ ଘେନିଯିବା ସମୟରେ ପଲ୍ଲୀରୁ ଆସୁଥିବା ଶିମୋନ ନାମକ ଜଣେ କୂରୀଣୀୟ ଲୋକଙ୍କୁ ଧରି ଯୀଶୁଙ୍କ ପଛେ ପଛେ କ୍ରୁଶ ବହିବା ନିମନ୍ତେ ତାହାଙ୍କ କାନ୍ଧରେ ତାହା ଥୋଇଲେ।

27ପୁଣି, ଲୋକମାନଙ୍କର ଓ ତାହାଙ୍କ ନିମନ୍ତେ ବକ୍ଷାଘାତ କରି ବିଳାପ କରୁଥିବା ସ୍ତ୍ରୀଲୋକମାନଙ୍କର ମହାଜନତା ତାହାଙ୍କର ପଶ୍ଚାଦ୍‍ଗମନ କରୁଥିଲେ।

28କିନ୍ତୁ ଯୀଶୁ ସେମାନଙ୍କ ଆଡ଼କୁ ବୁଲିପଡ଼ି କହିଲେ, “ଗୋ ଯିରୂଶାଲମ ସହରର କନ୍ୟାମାନେ, ମୋʼ ନିମନ୍ତେ ରୋଦନ କର ନାହିଁ, ବରଂ ଆପଣା ଆପଣା ନିମନ୍ତେ ଓ ଆପଣା ଆପଣା ସନ୍ତାନମାନଙ୍କ ନିମନ୍ତେ ରୋଦନ କର;

29କାରଣ ଦେଖ, ଯେଉଁମାନେ ବନ୍ଧ୍ୟା, ପୁଣି, ଯେଉଁମାନେ କେବେ ହେଁ ଗର୍ଭବତୀ ହୋଇ ନାହାନ୍ତି ଓ ସ୍ତନ୍ୟପାନ କରାଇ ନାହାନ୍ତି, ସେମାନଙ୍କୁ ଲୋକେ ଯେତେବେଳେ ଧନ୍ୟ ଧନ୍ୟ ବୋଲି କହିବେ ଏପରି ସମୟ ଆସୁଅଛି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.