26ସେମାନେ ତାହାଙ୍କୁ ଘେନିଯିବା ସମୟରେ ପଲ୍ଲୀରୁ ଆସୁଥିବା ଶିମୋନ ନାମକ ଜଣେ କୂରୀଣୀୟ ଲୋକଙ୍କୁ ଧରି ଯୀଶୁଙ୍କ ପଛେ ପଛେ କ୍ରୁଶ ବହିବା ନିମନ୍ତେ ତାହାଙ୍କ କାନ୍ଧରେ ତାହା ଥୋଇଲେ।
27ପୁଣି, ଲୋକମାନଙ୍କର ଓ ତାହାଙ୍କ ନିମନ୍ତେ ବକ୍ଷାଘାତ କରି ବିଳାପ କରୁଥିବା ସ୍ତ୍ରୀଲୋକମାନଙ୍କର ମହାଜନତା ତାହାଙ୍କର ପଶ୍ଚାଦ୍ଗମନ କରୁଥିଲେ।
28କିନ୍ତୁ ଯୀଶୁ ସେମାନଙ୍କ ଆଡ଼କୁ ବୁଲିପଡ଼ି କହିଲେ, “ଗୋ ଯିରୂଶାଲମ ସହରର କନ୍ୟାମାନେ, ମୋʼ ନିମନ୍ତେ ରୋଦନ କର ନାହିଁ, ବରଂ ଆପଣା ଆପଣା ନିମନ୍ତେ ଓ ଆପଣା ଆପଣା ସନ୍ତାନମାନଙ୍କ ନିମନ୍ତେ ରୋଦନ କର;
29କାରଣ ଦେଖ, ଯେଉଁମାନେ ବନ୍ଧ୍ୟା, ପୁଣି, ଯେଉଁମାନେ କେବେ ହେଁ ଗର୍ଭବତୀ ହୋଇ ନାହାନ୍ତି ଓ ସ୍ତନ୍ୟପାନ କରାଇ ନାହାନ୍ତି, ସେମାନଙ୍କୁ ଲୋକେ ଯେତେବେଳେ ଧନ୍ୟ ଧନ୍ୟ ବୋଲି କହିବେ ଏପରି ସମୟ ଆସୁଅଛି।
30ସେତେବେଳେ ‘ଲୋକେ ପର୍ବତମାନଙ୍କୁ କହିବାକୁ ଲାଗିବେ, ଆମ୍ଭମାନଙ୍କ ଉପରେ ପଡ଼,’ ‘ଆଉ ଉପପର୍ବତମାନଙ୍କୁ କହିବାକୁ ଲାଗିବେ, ଆମ୍ଭମାନଙ୍କୁ ଘୋଡ଼ାଇ ପକାଅ।’