ଲୂକ 23

ଏଥିରେ ପୀଲାତ ଯୀଶୁଙ୍କୁ ପଚାରିଲେ, ତୁମ୍ଭେ କି ଯିହୁଦୀମାନଙ୍କର ରାଜା? ସେ ତାହାଙ୍କୁ ଉତ୍ତର ଦେଲେ, “ଆପଣ କହୁଅଛନ୍ତି।”

Luke 23:3 (UKJV) And Pilate asked him, saying, Are you the King of the Jews? And he answered him and said, You says it.

1ପରେ ସଭାରେ ସମସ୍ତେ ଉଠି ପୀଲାତଙ୍କ ନିକଟକୁ ଯୀଶୁଙ୍କୁ ଘେନିଗଲେ।

2ଆଉ ସେମାନେ ଯୀଶୁଙ୍କ ବିରୁଦ୍ଧରେ ଅଭିଯୋଗ କରିବାକୁ ଲାଗିଲେ, ଆମ୍ଭେମାନେ ଦେଖିଲୁ, ଏ ଲୋକଟା ଆମ୍ଭମାନଙ୍କ ଜାତିକୁ ରାଜଦ୍ରୋହ କରୁଅଛି ଏବଂ କାଇସରଙ୍କୁ କର ଦେବା ନିଷେଧ କରୁଅଛି ଓ ଆପଣାକୁ ଖ୍ରୀଷ୍ଟ, ରାଜା ବୋଲି କହୁଅଛି।

3ଏଥିରେ ପୀଲାତ ଯୀଶୁଙ୍କୁ ପଚାରିଲେ, ତୁମ୍ଭେ କି ଯିହୁଦୀମାନଙ୍କର ରାଜା? ସେ ତାହାଙ୍କୁ ଉତ୍ତର ଦେଲେ, “ଆପଣ କହୁଅଛନ୍ତି।”

4ଏଥିରେ ପୀଲାତ ପ୍ରଧାନ ଯାଜକ ଓ ଲୋକସମୂହକୁ କହିଲେ, ଆମ୍ଭେ ଏହି ଲୋକଠାରେ କୌଣସି ଦୋଷ ପାଉ ନାହୁଁ।

5କିନ୍ତୁ ସେମାନେ ଆହୁରି ଦୃଢ଼ରୂପେ କହିବାକୁ ଲାଗିଲେ, ଏ ତ ଗାଲିଲୀ ପ୍ରଦେଶଠାରୁ ଆରମ୍ଭ କରି ସମଗ୍ର ଯିହୂଦିୟା ପ୍ରଦେଶରେ ଶିକ୍ଷା ଦେଇ ଲୋକସାଧାରଣଙ୍କୁ ମତାଉଅଛି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.