32ପୁଣି, ପ୍ରାଣଦଣ୍ଡ ଭୋଗିବା ନିମନ୍ତେ ଦୁଇ ଜଣ ଦୁଷ୍କର୍ମକାରୀ ମଧ୍ୟ ତାହାଙ୍କ ସାଙ୍ଗରେ ନିଆଯାଉଥିଲେ।
33ଆଉ ସେମାନେ କପାଳ ନାମକ ସ୍ଥାନରେ ଉପସ୍ଥିତ ହୋଇ ସେଠାରେ ତାହାଙ୍କୁ କ୍ରୁଶରେ ଚଢ଼ାଇଲେ, ପୁଣି, ଦୁଷ୍କର୍ମକାରୀମାନଙ୍କ ମଧ୍ୟରୁ ଜଣକୁ ଦକ୍ଷିଣରେ ଓ ଅନ୍ୟ ଜଣକୁ ବାମରେ କ୍ରୁଶରେ ଚଢ଼ାଇଲେ।
34ସେତେବେଳେ ଯୀଶୁ କହିଲେ, “ପିତଃ, ଏମାନଙ୍କୁ କ୍ଷମା କର, କାରଣ ଏମାନେ କଅଣ କରୁଅଛନ୍ତି, ତାହା ଜାଣନ୍ତି ନାହିଁ।” ଆଉ ସେମାନେ ତାହାଙ୍କ ବସ୍ତ୍ରସବୁ ଭାଗ କରିବା ନିମନ୍ତେ ଗୁଲିବାଣ୍ଟ କଲେ।
35ପୁଣି, ଲୋକମାନେ ଠିଆ ହୋଇ ଦେଖୁଥିଲେ। ଆଉ ଅଧ୍ୟକ୍ଷମାନେ ମଧ୍ୟ ତାହାଙ୍କୁ ବିଦୃପ କରି କହିବାକୁ ଲାଗିଲେ, ସେ ଅନ୍ୟମାନଙ୍କୁ ରକ୍ଷା କଲା; ସେ ଯଦି ଈଶ୍ବରଙ୍କ ମନୋନୀତ ଖ୍ରୀଷ୍ଟ, ତେବେ ନିଜକୁ ରକ୍ଷା କରୁ।
36ପୁଣି, ସୈନ୍ୟମାନେ ମଧ୍ୟ ତାହାଙ୍କ ପାଖକୁ ଆସି ଅମ୍ଳରସ ଯାଚି ତାହାଙ୍କୁ ପରିହାସ କରି କହିଲେ,