34ସେତେବେଳେ ଯୀଶୁ କହିଲେ, “ପିତଃ, ଏମାନଙ୍କୁ କ୍ଷମା କର, କାରଣ ଏମାନେ କଅଣ କରୁଅଛନ୍ତି, ତାହା ଜାଣନ୍ତି ନାହିଁ।” ଆଉ ସେମାନେ ତାହାଙ୍କ ବସ୍ତ୍ରସବୁ ଭାଗ କରିବା ନିମନ୍ତେ ଗୁଲିବାଣ୍ଟ କଲେ।
35ପୁଣି, ଲୋକମାନେ ଠିଆ ହୋଇ ଦେଖୁଥିଲେ। ଆଉ ଅଧ୍ୟକ୍ଷମାନେ ମଧ୍ୟ ତାହାଙ୍କୁ ବିଦୃପ କରି କହିବାକୁ ଲାଗିଲେ, ସେ ଅନ୍ୟମାନଙ୍କୁ ରକ୍ଷା କଲା; ସେ ଯଦି ଈଶ୍ବରଙ୍କ ମନୋନୀତ ଖ୍ରୀଷ୍ଟ, ତେବେ ନିଜକୁ ରକ୍ଷା କରୁ।
36ପୁଣି, ସୈନ୍ୟମାନେ ମଧ୍ୟ ତାହାଙ୍କ ପାଖକୁ ଆସି ଅମ୍ଳରସ ଯାଚି ତାହାଙ୍କୁ ପରିହାସ କରି କହିଲେ,
37ତୁ ଯଦି ଯିହୁଦୀମାନଙ୍କର ରାଜା, ତାହାହେଲେ ନିଜକୁ ରକ୍ଷା କର।
38ପୁଣି, ତାହାଙ୍କ ଊର୍ଦ୍ଧ୍ୱରେ ଏହି ଲିପି ମଧ୍ୟ ଲେଖା ଥିଲା, “ଏ ଯିହୁଦୀମାନଙ୍କର ରାଜା।”