ଲୂକ 23

ତୁ ଯଦି ଯିହୁଦୀମାନଙ୍କର ରାଜା, ତାହାହେଲେ ନିଜକୁ ରକ୍ଷା କର।

Luke 23:37 (UKJV) And saying, If you be the king of the Jews, save yourself.

35ପୁଣି, ଲୋକମାନେ ଠିଆ ହୋଇ ଦେଖୁଥିଲେ। ଆଉ ଅଧ୍ୟକ୍ଷମାନେ ମଧ୍ୟ ତାହାଙ୍କୁ ବିଦୃପ କରି କହିବାକୁ ଲାଗିଲେ, ସେ ଅନ୍ୟମାନଙ୍କୁ ରକ୍ଷା କଲା; ସେ ଯଦି ଈଶ୍ବରଙ୍କ ମନୋନୀତ ଖ୍ରୀଷ୍ଟ, ତେବେ ନିଜକୁ ରକ୍ଷା କରୁ।

36ପୁଣି, ସୈନ୍ୟମାନେ ମଧ୍ୟ ତାହାଙ୍କ ପାଖକୁ ଆସି ଅମ୍ଳରସ ଯାଚି ତାହାଙ୍କୁ ପରିହାସ କରି କହିଲେ,

37ତୁ ଯଦି ଯିହୁଦୀମାନଙ୍କର ରାଜା, ତାହାହେଲେ ନିଜକୁ ରକ୍ଷା କର।

38ପୁଣି, ତାହାଙ୍କ ଊର୍ଦ୍ଧ୍ୱରେ ଏହି ଲିପି ମଧ୍ୟ ଲେଖା ଥିଲା, “ଏ ଯିହୁଦୀମାନଙ୍କର ରାଜା।”

39ଆଉ କ୍ରୁଶରେ ଚଢ଼ାଯାଇଥିବା ଦୁଷ୍କର୍ମକାରୀମାନଙ୍କ ମଧ୍ୟରୁ ଜଣେ ତାହାଙ୍କୁ ନିନ୍ଦା କରି କହିବାକୁ ଲାଗିଲା, ତୁ କଅଣ ଖ୍ରୀଷ୍ଟ ନୋହୁଁ? ନିଜକୁ ଓ ଆମ୍ଭମାନଙ୍କୁ ରକ୍ଷା କର।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.