ଲୂକ 23

ପୁଣି, ତାହାଙ୍କ ଊର୍ଦ୍ଧ୍ୱରେ ଏହି ଲିପି ମଧ୍ୟ ଲେଖା ଥିଲା, “ଏ ଯିହୁଦୀମାନଙ୍କର ରାଜା।”

Luke 23:38 (UKJV) And a superscription also was written over him in letters of Greek, and Latin, and Hebrew, THIS IS THE KING OF THE JEWS.

36ପୁଣି, ସୈନ୍ୟମାନେ ମଧ୍ୟ ତାହାଙ୍କ ପାଖକୁ ଆସି ଅମ୍ଳରସ ଯାଚି ତାହାଙ୍କୁ ପରିହାସ କରି କହିଲେ,

37ତୁ ଯଦି ଯିହୁଦୀମାନଙ୍କର ରାଜା, ତାହାହେଲେ ନିଜକୁ ରକ୍ଷା କର।

38ପୁଣି, ତାହାଙ୍କ ଊର୍ଦ୍ଧ୍ୱରେ ଏହି ଲିପି ମଧ୍ୟ ଲେଖା ଥିଲା, “ଏ ଯିହୁଦୀମାନଙ୍କର ରାଜା।”

39ଆଉ କ୍ରୁଶରେ ଚଢ଼ାଯାଇଥିବା ଦୁଷ୍କର୍ମକାରୀମାନଙ୍କ ମଧ୍ୟରୁ ଜଣେ ତାହାଙ୍କୁ ନିନ୍ଦା କରି କହିବାକୁ ଲାଗିଲା, ତୁ କଅଣ ଖ୍ରୀଷ୍ଟ ନୋହୁଁ? ନିଜକୁ ଓ ଆମ୍ଭମାନଙ୍କୁ ରକ୍ଷା କର।

40କିନ୍ତୁ ଅନ୍ୟ ଜଣକ ତାହାକୁ ଧମକ ଦେଇ ଉତ୍ତର ଦେଲା, ତୁ ସମାନ ଦଣ୍ଡ ତ ପାଉଅଛୁ, ତୁ ଈଶ୍ବରଙ୍କୁ କଅଣ ଭୟ ମଧ୍ୟ କରୁ ନାହୁଁ?

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.