ଲୂକ 23

କିନ୍ତୁ ଅନ୍ୟ ଜଣକ ତାହାକୁ ଧମକ ଦେଇ ଉତ୍ତର ଦେଲା, ତୁ ସମାନ ଦଣ୍ଡ ତ ପାଉଅଛୁ, ତୁ ଈଶ୍ବରଙ୍କୁ କଅଣ ଭୟ ମଧ୍ୟ କରୁ ନାହୁଁ?

Luke 23:40 (UKJV) But the other answering rebuked him, saying, Do not you fear God, seeing you are in the same condemnation?

38ପୁଣି, ତାହାଙ୍କ ଊର୍ଦ୍ଧ୍ୱରେ ଏହି ଲିପି ମଧ୍ୟ ଲେଖା ଥିଲା, “ଏ ଯିହୁଦୀମାନଙ୍କର ରାଜା।”

39ଆଉ କ୍ରୁଶରେ ଚଢ଼ାଯାଇଥିବା ଦୁଷ୍କର୍ମକାରୀମାନଙ୍କ ମଧ୍ୟରୁ ଜଣେ ତାହାଙ୍କୁ ନିନ୍ଦା କରି କହିବାକୁ ଲାଗିଲା, ତୁ କଅଣ ଖ୍ରୀଷ୍ଟ ନୋହୁଁ? ନିଜକୁ ଓ ଆମ୍ଭମାନଙ୍କୁ ରକ୍ଷା କର।

40କିନ୍ତୁ ଅନ୍ୟ ଜଣକ ତାହାକୁ ଧମକ ଦେଇ ଉତ୍ତର ଦେଲା, ତୁ ସମାନ ଦଣ୍ଡ ତ ପାଉଅଛୁ, ତୁ ଈଶ୍ବରଙ୍କୁ କଅଣ ଭୟ ମଧ୍ୟ କରୁ ନାହୁଁ?

41ଆଉ ଆମ୍ଭେମାନେ ସିନା ନ୍ୟାୟଭାବରେ ଦଣ୍ଡ ଭୋଗୁଅଛୁ, କାରଣ ଆମ୍ଭେମାନେ ନିଜ ନିଜ କର୍ମର ସମୁଚିତ ଫଳ ପାଉଅଛୁ, କିନ୍ତୁ ଏହି ବ୍ୟକ୍ତି କୌଣସି ଦୋଷ କରି ନାହାନ୍ତି।

42ପୁଣି, ସେ କହିଲା, ହେ ଯୀଶୁ, ଆପଣ ନିଜ ରାଜ୍ୟରେ ପ୍ରବେଶ କଲେ ମୋତେ ସ୍ମରଣ କରିବେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.