ଲୂକ 23

ପୁଣି, ମନ୍ଦିରର ବିଚ୍ଛେଦବସ୍ତ୍ର ମଝିରୁ ଚିରିଗଲା।

Luke 23:45 (UKJV) And the sun was darkened, and the veil of the temple was rent in the midst.

43ସେଥିରେ ସେ ତାହାକୁ କହିଲେ, “ମୁଁ ତୁମ୍ଭକୁ ସତ୍ୟ କହୁଅଛି, ଆଜି ତୁମ୍ଭେ ମୋହର ସହିତ ପାରଦୀଶରେ ଉପସ୍ଥିତ ହେବ।”

44ସେତେବେଳେ ପ୍ରାୟ ବାର ଘଣ୍ଟା ସମୟ ହୋଇଥିଲା, ଆଉ ସୂର୍ଯ୍ୟର କିରଣ ନିସ୍ତେଜ ହେବାରୁ ତିନି ଘଣ୍ଟା ପର୍ଯ୍ୟନ୍ତ ଦେଶଯାକ ଅନ୍ଧକାର ଘୋଟିଗଲା,

45ପୁଣି, ମନ୍ଦିରର ବିଚ୍ଛେଦବସ୍ତ୍ର ମଝିରୁ ଚିରିଗଲା।

46ଆଉ ଯୀଶୁ ଉଚ୍ଚସ୍ୱରରେ ଡାକି କହିଲେ, “ହେ ପିତା, ତୁମ୍ଭ ହସ୍ତରେ ମୁଁ ଆପଣାର ଆତ୍ମା ସମର୍ପଣ କରୁଅଛି।” ଏହା କହି ସେ ପ୍ରାଣତ୍ୟାଗ କଲେ।

47ଶତ-ସେନାପତି ଏହି ଘଟଣା ଦେଖି ଈଶ୍ବରଙ୍କ ଗୌରବ କରି କହିଲେ, ନିଶ୍ଚୟ ଏ ବ୍ୟକ୍ତି ଧାର୍ମିକ ଥିଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.