46ଆଉ ଯୀଶୁ ଉଚ୍ଚସ୍ୱରରେ ଡାକି କହିଲେ, “ହେ ପିତା, ତୁମ୍ଭ ହସ୍ତରେ ମୁଁ ଆପଣାର ଆତ୍ମା ସମର୍ପଣ କରୁଅଛି।” ଏହା କହି ସେ ପ୍ରାଣତ୍ୟାଗ କଲେ।
47ଶତ-ସେନାପତି ଏହି ଘଟଣା ଦେଖି ଈଶ୍ବରଙ୍କ ଗୌରବ କରି କହିଲେ, ନିଶ୍ଚୟ ଏ ବ୍ୟକ୍ତି ଧାର୍ମିକ ଥିଲେ।
48ପୁଣି, ଯେଉଁ ଲୋକସମୂହ ଦେଖିବାକୁ ଏକତ୍ରିତ ହୋଇଥିଲେ, ସେମାନେ ସମସ୍ତେ ସେହିସବୁ ଘଟଣା ଦେଖି ବକ୍ଷାଘାତ କରୁ କରୁ ବାହୁଡ଼ି ଯିବାକୁ ଲାଗିଲେ।
49କିନ୍ତୁ ତାହାଙ୍କର ପରିଚିତ ସମସ୍ତେ ଓ ଗାଲିଲୀରୁ ଏକତ୍ର ମିଳି ତାହାଙ୍କ ପଛେ ପଛେ ଆସିଥିବା ସ୍ତ୍ରୀଲୋକମାନେ ଦୂରରେ ଠିଆ ହୋଇ ଏହିସବୁ ଦେଖୁଥିଲେ।
50ଆଉ ଦେଖ, ଯିହୂଦିୟା ପ୍ରଦେଶରେ ହାରାମାଥୀୟା ନଗରର ଯୋଷେଫ ନାମକ ଜଣେ ବ୍ୟକ୍ତି ଯିହୁଦୀମାନଙ୍କର ମହାସଭାର ସଭ୍ୟ ଥିଲେ; ସେ ଜଣେ ଉତ୍ତମ ଓ ଧାର୍ମିକ ଲୋକ,