3ଏଥିରେ ପୀଲାତ ଯୀଶୁଙ୍କୁ ପଚାରିଲେ, ତୁମ୍ଭେ କି ଯିହୁଦୀମାନଙ୍କର ରାଜା? ସେ ତାହାଙ୍କୁ ଉତ୍ତର ଦେଲେ, “ଆପଣ କହୁଅଛନ୍ତି।”
4ଏଥିରେ ପୀଲାତ ପ୍ରଧାନ ଯାଜକ ଓ ଲୋକସମୂହକୁ କହିଲେ, ଆମ୍ଭେ ଏହି ଲୋକଠାରେ କୌଣସି ଦୋଷ ପାଉ ନାହୁଁ।
5କିନ୍ତୁ ସେମାନେ ଆହୁରି ଦୃଢ଼ରୂପେ କହିବାକୁ ଲାଗିଲେ, ଏ ତ ଗାଲିଲୀ ପ୍ରଦେଶଠାରୁ ଆରମ୍ଭ କରି ସମଗ୍ର ଯିହୂଦିୟା ପ୍ରଦେଶରେ ଶିକ୍ଷା ଦେଇ ଲୋକସାଧାରଣଙ୍କୁ ମତାଉଅଛି।
6କିନ୍ତୁ ପୀଲାତ ଏହା ଶୁଣି ପଚାରିଲେ, ଏ ଲୋକଟା କଅଣ ଜଣେ ଗାଲିଲୀୟ?
7ପୁଣି, ସେ ଯେ ହେରୋଦଙ୍କ ଅଧିକାର ଅଧୀନରେ ଅଛନ୍ତି, ଏହା ଜ୍ଞାତ ହୋଇ ସେ ତାହାଙ୍କୁ ହେରୋଦଙ୍କ ନିକଟକୁ ପଠାଇଦେଲେ, ଯେଣୁ ସେ ମଧ୍ୟ ଏହି ସମୟରେ ଯିରୂଶାଲମ ସହରରେ ଥିଲେ।