8ସେଥିରେ ସେମାନେ ତାହାଙ୍କ ବାକ୍ୟ ସ୍ମରଣ କଲେ,
9ପୁଣି, ସମାଧିରୁ ବାହୁଡ଼ିଯାଇ ଏକାଦଶ ଶିଷ୍ୟମାନଙ୍କୁ ଓ ଅନ୍ୟ ସମସ୍ତଙ୍କୁ ଏହିସବୁ ସମ୍ବାଦ ଦେଲେ।
10ଏମାନେ ମଗ୍ଦଲୀନୀ ମରୀୟମ, ଯୋହାନା, ଯାକୁବଙ୍କ ମାତା ମରୀୟମ ଓ ଏମାନଙ୍କ ସାଙ୍ଗରେ ଥିବା ଅନ୍ୟ ସ୍ତ୍ରୀଲୋକମାନେ; ଏମାନେ ପ୍ରେରିତମାନଙ୍କୁ ଏହିସବୁ ବିଷୟ ଜଣାଇଲେ।
11ମାତ୍ର ଏସମସ୍ତ କଥା ସେମାନଙ୍କ ନିକଟରେ କଳ୍ପିତ ଗଳ୍ପ ପରି ଲାଗିଲା, ଆଉ ସେମାନେ ସେମାନଙ୍କୁ ବିଶ୍ୱାସ କଲେ ନାହିଁ।
12[କିନ୍ତୁ ପିତର ଉଠି ସମାଧି ନିକଟକୁ ଦୌଡ଼ିଗଲେ ପୁଣି, ନଇଁପଡ଼ି ଚାହିଁ କେବଳ ସୂକ୍ଷ୍ମ ବସ୍ତ୍ରସବୁ ଦେଖିଲେ, ଆଉ ସେ ସେହି ଘଟଣା ବିଷୟରେ ଚମତ୍କୃତ ହୋଇ ଆପଣା ଘରକୁ ଚାଲିଗଲେ।]