12[କିନ୍ତୁ ପିତର ଉଠି ସମାଧି ନିକଟକୁ ଦୌଡ଼ିଗଲେ ପୁଣି, ନଇଁପଡ଼ି ଚାହିଁ କେବଳ ସୂକ୍ଷ୍ମ ବସ୍ତ୍ରସବୁ ଦେଖିଲେ, ଆଉ ସେ ସେହି ଘଟଣା ବିଷୟରେ ଚମତ୍କୃତ ହୋଇ ଆପଣା ଘରକୁ ଚାଲିଗଲେ।]
13ଆଉ ଦେଖ, ସେହି ଦିନ ସେମାନଙ୍କ ମଧ୍ୟରୁ ଦୁଇ ଜଣ ଯିରୂଶାଲମଠାରୁ ପ୍ରାୟ ସାତ ମାଇଲ୍ ଦୂରବର୍ତ୍ତୀ ଇମ୍ମାୟୁ ଗ୍ରାମକୁ ଯାଉଥିଲେ
14ଓ ଏହି ସମସ୍ତ ଘଟଣା ବିଷୟରେ ପରସ୍ପର କଥାବାର୍ତ୍ତା କରୁଥିଲେ।
15ସେମାନେ କଥାବାର୍ତ୍ତା ଓ ବାଦାନୁବାଦ କରୁଥିବା ସମୟରେ ଯୀଶୁ ଆପେ ସେମାନଙ୍କ ନିକଟକୁ ଆସି ସେମାନଙ୍କ ସଙ୍ଗେ ସଙ୍ଗେ ଗମନ କରିବାକୁ ଲାଗିଲେ;
16କିନ୍ତୁ ସେମାନଙ୍କର ଚକ୍ଷୁ ଏପରି ରୁଦ୍ଧ ହୋଇଥିଲା ଯେ, ସେମାନେ ତାହାଙ୍କୁ ଚିହ୍ନି ପାରିଲେ ନାହିଁ।