ଲୂକ 24

ସେମାନେ କଥାବାର୍ତ୍ତା ଓ ବାଦାନୁବାଦ କରୁଥିବା ସମୟରେ ଯୀଶୁ ଆପେ ସେମାନଙ୍କ ନିକଟକୁ ଆସି ସେମାନଙ୍କ ସଙ୍ଗେ ସଙ୍ଗେ ଗମନ କରିବାକୁ ଲାଗିଲେ;

Luke 24:15 (UKJV) And it came to pass, that, while they communed together and reasoned, Jesus himself drew near, and went with them.

13ଆଉ ଦେଖ, ସେହି ଦିନ ସେମାନଙ୍କ ମଧ୍ୟରୁ ଦୁଇ ଜଣ ଯିରୂଶାଲମଠାରୁ ପ୍ରାୟ ସାତ ମାଇଲ୍ ଦୂରବର୍ତ୍ତୀ ଇମ୍ମାୟୁ ଗ୍ରାମକୁ ଯାଉଥିଲେ

14ଓ ଏହି ସମସ୍ତ ଘଟଣା ବିଷୟରେ ପରସ୍ପର କଥାବାର୍ତ୍ତା କରୁଥିଲେ।

15ସେମାନେ କଥାବାର୍ତ୍ତା ଓ ବାଦାନୁବାଦ କରୁଥିବା ସମୟରେ ଯୀଶୁ ଆପେ ସେମାନଙ୍କ ନିକଟକୁ ଆସି ସେମାନଙ୍କ ସଙ୍ଗେ ସଙ୍ଗେ ଗମନ କରିବାକୁ ଲାଗିଲେ;

16କିନ୍ତୁ ସେମାନଙ୍କର ଚକ୍ଷୁ ଏପରି ରୁଦ୍ଧ ହୋଇଥିଲା ଯେ, ସେମାନେ ତାହାଙ୍କୁ ଚିହ୍ନି ପାରିଲେ ନାହିଁ।

17ସେ ସେମାନଙ୍କୁ ପଚାରିଲେ, “ତୁମ୍ଭେମାନେ ଚାଲୁ ଚାଲୁ ଯେଉଁ ସମସ୍ତ ବିଷୟ ପରସ୍ପର କଥାବାର୍ତ୍ତା କରୁଅଛ, ସେ ସବୁ କଅଣ?” ସେଥିରେ ସେମାନେ ବିଷଣ୍ଣ ମୁଖରେ ଠିଆ ହୋଇ ରହିଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.