ଲୂକ 24

ସେ ସେମାନଙ୍କୁ ପଚାରିଲେ, “କି କି ପ୍ରକାର ଘଟଣା?” ସେମାନେ ତାହାଙ୍କୁ କହିଲେ, ନାଜରିତୀୟ ଯୀଶୁଙ୍କ ବିଷୟ; ସେ ଈଶ୍ବର ଓ ସମସ୍ତ ଲୋକଙ୍କ ଦୃଷ୍ଟିରେ କର୍ମରେ ଓ ବାକ୍ୟରେ ଜଣେ ଶକ୍ତିଶାଳୀ ଭାବବାଦୀ ଥିଲେ,

Luke 24:19 (UKJV) And he said unto them, What things? And they said unto him, Concerning Jesus of Nazareth, which was a prophet mighty in deed and word before God and all the people:

17ସେ ସେମାନଙ୍କୁ ପଚାରିଲେ, “ତୁମ୍ଭେମାନେ ଚାଲୁ ଚାଲୁ ଯେଉଁ ସମସ୍ତ ବିଷୟ ପରସ୍ପର କଥାବାର୍ତ୍ତା କରୁଅଛ, ସେ ସବୁ କଅଣ?” ସେଥିରେ ସେମାନେ ବିଷଣ୍ଣ ମୁଖରେ ଠିଆ ହୋଇ ରହିଲେ।

18ଆଉ ସେମାନଙ୍କ ମଧ୍ୟରୁ କ୍ଲେୟପା ନାମକ ଜଣେ ତାହାଙ୍କୁ ଉତ୍ତର ଦେଲେ, ଯିରୂଶାଲମସ୍ଥ ପ୍ରବାସୀମାନଙ୍କ ମଧ୍ୟରୁ ଆପଣ କଅଣ ଏକାକୀ ସେ ସ୍ଥାନର ଏ କେତେକ ଦିନର ଘଟଣା ଜାଣନ୍ତି ନାହିଁ?

19ସେ ସେମାନଙ୍କୁ ପଚାରିଲେ, “କି କି ପ୍ରକାର ଘଟଣା?” ସେମାନେ ତାହାଙ୍କୁ କହିଲେ, ନାଜରିତୀୟ ଯୀଶୁଙ୍କ ବିଷୟ; ସେ ଈଶ୍ବର ଓ ସମସ୍ତ ଲୋକଙ୍କ ଦୃଷ୍ଟିରେ କର୍ମରେ ଓ ବାକ୍ୟରେ ଜଣେ ଶକ୍ତିଶାଳୀ ଭାବବାଦୀ ଥିଲେ,

20ଆଉ, ଆମ୍ଭମାନଙ୍କର ପ୍ରଧାନ ଯାଜକ ଓ ଅଧ୍ୟକ୍ଷମାନେ କିପରି ତାହାଙ୍କୁ ପ୍ରାଣଦଣ୍ଡ ଭୋଗିବାକୁ ସମର୍ପଣ କରି ତାହାଙ୍କୁ କ୍ରୁଶରେ ବଧ କଲେ, ଏହି ସମସ୍ତ ବିଷୟ।

21କିନ୍ତୁ ଯେ ଇସ୍ରାଏଲକୁ ମୁକ୍ତ କରିବେ, ସେ ଯେ ଏହି ବ୍ୟକ୍ତି, ତାହା ଆମ୍ଭେମାନେ ଆଶା କରିଥିଲୁ; ମାତ୍ର ଏହା ଛଡ଼ା ଏସମସ୍ତ ଘଟିବାର ଆଜିକି ତିନି ଦିନ ହେଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.