ଲୂକ 24

କିନ୍ତୁ ଯେ ଇସ୍ରାଏଲକୁ ମୁକ୍ତ କରିବେ, ସେ ଯେ ଏହି ବ୍ୟକ୍ତି, ତାହା ଆମ୍ଭେମାନେ ଆଶା କରିଥିଲୁ; ମାତ୍ର ଏହା ଛଡ଼ା ଏସମସ୍ତ ଘଟିବାର ଆଜିକି ତିନି ଦିନ ହେଲା।

Luke 24:21 (UKJV) But we trusted that it had been he which should have redeemed Israel: and beside all this, to day is the third day since these things were done.

19ସେ ସେମାନଙ୍କୁ ପଚାରିଲେ, “କି କି ପ୍ରକାର ଘଟଣା?” ସେମାନେ ତାହାଙ୍କୁ କହିଲେ, ନାଜରିତୀୟ ଯୀଶୁଙ୍କ ବିଷୟ; ସେ ଈଶ୍ବର ଓ ସମସ୍ତ ଲୋକଙ୍କ ଦୃଷ୍ଟିରେ କର୍ମରେ ଓ ବାକ୍ୟରେ ଜଣେ ଶକ୍ତିଶାଳୀ ଭାବବାଦୀ ଥିଲେ,

20ଆଉ, ଆମ୍ଭମାନଙ୍କର ପ୍ରଧାନ ଯାଜକ ଓ ଅଧ୍ୟକ୍ଷମାନେ କିପରି ତାହାଙ୍କୁ ପ୍ରାଣଦଣ୍ଡ ଭୋଗିବାକୁ ସମର୍ପଣ କରି ତାହାଙ୍କୁ କ୍ରୁଶରେ ବଧ କଲେ, ଏହି ସମସ୍ତ ବିଷୟ।

21କିନ୍ତୁ ଯେ ଇସ୍ରାଏଲକୁ ମୁକ୍ତ କରିବେ, ସେ ଯେ ଏହି ବ୍ୟକ୍ତି, ତାହା ଆମ୍ଭେମାନେ ଆଶା କରିଥିଲୁ; ମାତ୍ର ଏହା ଛଡ଼ା ଏସମସ୍ତ ଘଟିବାର ଆଜିକି ତିନି ଦିନ ହେଲା।

22ଆହୁରି ମଧ୍ୟ ଆମ୍ଭମାନଙ୍କ ମଧ୍ୟରୁ କେତେକ ସ୍ତ୍ରୀଲୋକ ଆମ୍ଭମାନଙ୍କୁ ଆଚମ୍ଭିତ କରିଅଛନ୍ତି; ସେମାନେ ପ୍ରତ୍ୟୁଷରେ ସମାଧି ନିକଟକୁ ଯାଇଥିଲେ

23ଆଉ, ତାହାଙ୍କ ଶରୀର ନ ପାଇ ଆସି କହିଲେ ଯେ, ସେମାନେ ଦୂତମାନଙ୍କର ଦର୍ଶନ ମଧ୍ୟ ପାଇଅଛନ୍ତି ଓ ସେହି ଦୂତମାନେ କହିଲେ ଯେ, ସେ ଜୀବିତ ଅଛନ୍ତି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.