ଲୂକ 24

ଏହି ସମସ୍ତ ଦୁଃଖଭୋଗ କରି ଆପଣା ମହିମାରେ ପ୍ରବେଶ କରିବା କଅଣ ଖ୍ରୀଷ୍ଟଙ୍କର ଆବଶ୍ୟକ ନ ଥିଲା?”

Luke 24:26 (UKJV) Ought not Christ to have suffered these things, and to enter into his glory?

24ଆଉ, ଆମ୍ଭମାନଙ୍କ ସଙ୍ଗୀମାନଙ୍କ ମଧ୍ୟରୁ କେହି କେହି ସମାଧି ନିକଟକୁ ଯାଇ, ସ୍ତ୍ରୀଲୋକମାନେ ଯେପରି କହିଥିଲେ, ସେପରି ଦେଖିଲେ, କିନ୍ତୁ ଯୀଶୁଙ୍କୁ ଦେଖିଲେ ନାହିଁ।

25ସେଥିରେ ସେ ସେମାନଙ୍କୁ କହିଲେ, “ହେ ନିର୍ବୋଧମାନେ ଓ ଭାବବାଦୀମାନଙ୍କ ଦ୍ୱାରା କଥିତ ସମସ୍ତ ବାକ୍ୟରେ ବିଶ୍ୱାସ କରିବାକୁ ଶିଥିଳଚିତ୍ତମାନେ,

26ଏହି ସମସ୍ତ ଦୁଃଖଭୋଗ କରି ଆପଣା ମହିମାରେ ପ୍ରବେଶ କରିବା କଅଣ ଖ୍ରୀଷ୍ଟଙ୍କର ଆବଶ୍ୟକ ନ ଥିଲା?”

27ପୁଣି, ମୋଶା ଓ ସମସ୍ତ ଭାବବାଦୀଙ୍କଠାରୁ ଆରମ୍ଭ କରି ସମସ୍ତ ଧର୍ମଶାସ୍ତ୍ରରେ ଆପଣା ସମ୍ବନ୍ଧୀୟ କଥା ସେ ସେମାନଙ୍କୁ ବୁଝାଇଦେଲେ।

28ଆଉ ସେମାନେ ଯେଉଁ ଗ୍ରାମକୁ ଯାଉଥିଲେ, ସେଥିର ନିକଟବର୍ତ୍ତୀ ହୁଅନ୍ତେ ସେ ଆହୁରି ଆଗକୁ ଯିବାର ଭାବ ଦେଖାଇଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.