25ସେଥିରେ ସେ ସେମାନଙ୍କୁ କହିଲେ, “ହେ ନିର୍ବୋଧମାନେ ଓ ଭାବବାଦୀମାନଙ୍କ ଦ୍ୱାରା କଥିତ ସମସ୍ତ ବାକ୍ୟରେ ବିଶ୍ୱାସ କରିବାକୁ ଶିଥିଳଚିତ୍ତମାନେ,
26ଏହି ସମସ୍ତ ଦୁଃଖଭୋଗ କରି ଆପଣା ମହିମାରେ ପ୍ରବେଶ କରିବା କଅଣ ଖ୍ରୀଷ୍ଟଙ୍କର ଆବଶ୍ୟକ ନ ଥିଲା?”
27ପୁଣି, ମୋଶା ଓ ସମସ୍ତ ଭାବବାଦୀଙ୍କଠାରୁ ଆରମ୍ଭ କରି ସମସ୍ତ ଧର୍ମଶାସ୍ତ୍ରରେ ଆପଣା ସମ୍ବନ୍ଧୀୟ କଥା ସେ ସେମାନଙ୍କୁ ବୁଝାଇଦେଲେ।
28ଆଉ ସେମାନେ ଯେଉଁ ଗ୍ରାମକୁ ଯାଉଥିଲେ, ସେଥିର ନିକଟବର୍ତ୍ତୀ ହୁଅନ୍ତେ ସେ ଆହୁରି ଆଗକୁ ଯିବାର ଭାବ ଦେଖାଇଲେ।
29କିନ୍ତୁ ସେମାନେ ତାହାଙ୍କୁ ବଳାଇ କହିଲେ, ଆମ୍ଭମାନଙ୍କ ସାଙ୍ଗରେ ରହନ୍ତୁ, କାରଣ ସନ୍ଧ୍ୟା ହୋଇ ଆସୁଅଛି ଓ ବେଳ ଗଡ଼ିଗଲାଣି। ସେଥିରେ ସେ ସେମାନଙ୍କ ସହିତ ରହିବାକୁ ଘର ଭିତରକୁ ଗଲେ।