1ଆଉ ବିଶ୍ରାମବାର ଦିନରେ ସେମାନେ ବିଧି ଅନୁସାରେ ବିଶ୍ରାମ କଲେ, କିନ୍ତୁ ସପ୍ତାହର ପ୍ରଥମ ଦିନର ଅତି ପ୍ରତ୍ୟୁଷରେ ସେମାନେ ସେମାନଙ୍କ ପ୍ରସ୍ତୁତ ସୁଗନ୍ଧିଦ୍ରବ୍ୟ ଘେନି ସମାଧି-ସ୍ଥାନ ନିକଟକୁ ଗଲେ।
2ପୁଣି, ସେମାନେ ସମାଧିରୁ ପଥରଟା ଗଡ଼ାଇ ଦିଆଯାଇଥିବା ଦେଖିଲେ,
3କିନ୍ତୁ ଭିତରକୁ ଯାଇ ପ୍ରଭୁ ଯୀଶୁଙ୍କ ଶରୀର ପାଇଲେ ନାହିଁ।
4ଆଉ, ସେମାନେ ସେ ସମ୍ବନ୍ଧରେ ହତବୁଦ୍ଧି ହେଉଅଛନ୍ତି, ଏପରି ସମୟରେ ଦେଖ, ଉଜ୍ଜ୍ୱଳବସ୍ତ୍ର ପରିହିତ ଦୁଇ ଜଣ ବ୍ୟକ୍ତି ସେମାନଙ୍କ ନିକଟରେ ଉପସ୍ଥିତ ହେଲେ;
5ସେଥିରେ ସେମାନେ ଭୀତ ହୋଇ ଅଧୋମୁଖ ହୁଅନ୍ତେ ସେମାନେ ସେମାନଙ୍କୁ କହିଲେ, ମୃତମାନଙ୍କ ମଧ୍ୟରେ ତୁମ୍ଭେମାନେ କାହିଁକି ଜୀବିତଙ୍କର ଅନ୍ୱେଷଣ କରୁଅଛ?