28ଆଉ ସେମାନେ ଯେଉଁ ଗ୍ରାମକୁ ଯାଉଥିଲେ, ସେଥିର ନିକଟବର୍ତ୍ତୀ ହୁଅନ୍ତେ ସେ ଆହୁରି ଆଗକୁ ଯିବାର ଭାବ ଦେଖାଇଲେ।
29କିନ୍ତୁ ସେମାନେ ତାହାଙ୍କୁ ବଳାଇ କହିଲେ, ଆମ୍ଭମାନଙ୍କ ସାଙ୍ଗରେ ରହନ୍ତୁ, କାରଣ ସନ୍ଧ୍ୟା ହୋଇ ଆସୁଅଛି ଓ ବେଳ ଗଡ଼ିଗଲାଣି। ସେଥିରେ ସେ ସେମାନଙ୍କ ସହିତ ରହିବାକୁ ଘର ଭିତରକୁ ଗଲେ।
30ଆଉ ସେମାନଙ୍କ ସହିତ ଭୋଜନରେ ବସିଲା ଉତ୍ତାରେ ସେ ରୁଟି ଘେନି ଆଶୀର୍ବାଦ କଲେ, ପୁଣି, ତାହା ଭାଙ୍ଗି ସେମାନଙ୍କୁ ଦେବାକୁ ଲାଗିଲେ।
31ତହିଁରେ ସେମାନଙ୍କ ଚକ୍ଷୁ ଉନ୍ମୁକ୍ତ ହେଲା ଓ ସେମାନେ ତାହାଙ୍କୁ ଚିହ୍ନିଲେ; ଆଉ ସେ ସେମାନଙ୍କ ଦୃଷ୍ଟିରୁ ଅନ୍ତର୍ହିତ ହେଲେ।
32ସେଥିରେ ସେମାନେ ପରସ୍ପର କହିଲେ, ଯେତେବେଳେ ପଥ ମଧ୍ୟରେ ସେ ଆମ୍ଭମାନଙ୍କ ସାଙ୍ଗରେ କଥାବାର୍ତ୍ତା କରୁଥିଲେ ଓ ଆମ୍ଭମାନଙ୍କୁ ଧର୍ମଶାସ୍ତ୍ର ବୁଝାଉଥିଲେ, ସେତେବେଳେ କଅଣ ଆମ୍ଭମାନଙ୍କ ହୃଦୟ ଉତ୍ତପ୍ତ ହେଉ ନ ଥିଲା?