ଲୂକ 24

ଆଉ ସେମାନେ ମଧ୍ୟ ବାଟର ସମସ୍ତ ଘଟଣା ଓ ରୁଟି ଭାଙ୍ଗିବାରେ ସେ କିପରି ସେମାନଙ୍କ ଦ୍ୱାରା ଚିହ୍ନାଗଲେ, ସେହିସବୁ ବର୍ଣ୍ଣନା କରିବାକୁ ଲାଗିଲେ।

Luke 24:35 (UKJV) And they told what things were done in the way, and how he was known of them in breaking of bread.

33ଆଉ ସେମାନେ ସେହି ଦଣ୍ଡରେ ଉଠି ଯିରୂଶାଲମ ସହରକୁ ବାହୁଡ଼ିଯାଇ ସମବେତ ହୋଇଥିବା ଏକାଦଶ ଶିଷ୍ୟମାନଙ୍କୁ ଓ ସେମାନଙ୍କ ସଙ୍ଗୀମାନଙ୍କୁ ଦେଖିଲେ;

34ସେମାନେ କହୁଥିଲେ ପ୍ରଭୁ ନିଶ୍ଚୟ ଉଠିଅଛନ୍ତି ଓ ଶିମୋନଙ୍କୁ ଦର୍ଶନ ଦେଇଅଛନ୍ତି।

35ଆଉ ସେମାନେ ମଧ୍ୟ ବାଟର ସମସ୍ତ ଘଟଣା ଓ ରୁଟି ଭାଙ୍ଗିବାରେ ସେ କିପରି ସେମାନଙ୍କ ଦ୍ୱାରା ଚିହ୍ନାଗଲେ, ସେହିସବୁ ବର୍ଣ୍ଣନା କରିବାକୁ ଲାଗିଲେ।

36କିନ୍ତୁ ସେମାନେ ଏହିସବୁ କଥା କହୁଥିବା ସମୟରେ ସେ ଆପେ ଏମାନଙ୍କ ମଧ୍ୟରେ ଉପସ୍ଥିତ ହେଲେ, ଏବଂ ସେମାନଙ୍କୁ କହିଲେ, “ତୁମ୍ଭମାନଙ୍କ ପ୍ରତି ଶାନ୍ତି ବର୍ତ୍ତୁ।”

37ମାତ୍ର ସେମାନେ ଆତଙ୍କିତ ଓ ଭୀତ ହୋଇ ଗୋଟିଏ ଭୂତ ଦେଖୁଅଛନ୍ତି ବୋଲି ମନେ କଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.