ଲୂକ 24

ମାତ୍ର ସେମାନେ ଆତଙ୍କିତ ଓ ଭୀତ ହୋଇ ଗୋଟିଏ ଭୂତ ଦେଖୁଅଛନ୍ତି ବୋଲି ମନେ କଲେ।

Luke 24:37 (UKJV) But they were terrified and affrighted, and supposed that they had seen a spirit.

35ଆଉ ସେମାନେ ମଧ୍ୟ ବାଟର ସମସ୍ତ ଘଟଣା ଓ ରୁଟି ଭାଙ୍ଗିବାରେ ସେ କିପରି ସେମାନଙ୍କ ଦ୍ୱାରା ଚିହ୍ନାଗଲେ, ସେହିସବୁ ବର୍ଣ୍ଣନା କରିବାକୁ ଲାଗିଲେ।

36କିନ୍ତୁ ସେମାନେ ଏହିସବୁ କଥା କହୁଥିବା ସମୟରେ ସେ ଆପେ ଏମାନଙ୍କ ମଧ୍ୟରେ ଉପସ୍ଥିତ ହେଲେ, ଏବଂ ସେମାନଙ୍କୁ କହିଲେ, “ତୁମ୍ଭମାନଙ୍କ ପ୍ରତି ଶାନ୍ତି ବର୍ତ୍ତୁ।”

37ମାତ୍ର ସେମାନେ ଆତଙ୍କିତ ଓ ଭୀତ ହୋଇ ଗୋଟିଏ ଭୂତ ଦେଖୁଅଛନ୍ତି ବୋଲି ମନେ କଲେ।

38ସେଥିରେ ସେ ସେମାନଙ୍କୁ କହିଲେ, “କାହିଁକି ଉଦ୍‌ବିଗ୍ନ ହେଉଅଛ, ପୁଣି, ତୁମ୍ଭମାନଙ୍କ ମନରେ କାହିଁକି ତର୍କବିତର୍କ ଉଠୁଅଛି?

39ଏ ଯେ ସ୍ୱୟଂ ମୁଁ, ମୋହର ହାତ ଓ ପାଦ ଦେଖ, ମୋତେ ସ୍ପର୍ଶ କରି ଦେଖ, କାରଣ ମୋହର ଯେପରି ମାଂସ ଓ ଅସ୍ଥି ଥିବାର ତୁମ୍ଭେମାନେ ଦେଖୁଅଛ, ଭୂତର ସେପରି ନାହିଁ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.