ଲୂକ 24

ତୁମ୍ଭେମାନେ ଏହି ସମସ୍ତ ବିଷୟର ସାକ୍ଷୀ ଅଟ

Luke 24:48 (UKJV) And all of you are witnesses of these things.

46ଆଉ ସେମାନଙ୍କୁ କହିଲେ, “ଏହି ପ୍ରକାରେ ଲେଖାଅଛି, ଖ୍ରୀଷ୍ଟ ଦୁଃଖଭୋଗ କରିବେ ଓ ତୃତୀୟ ଦିନରେ ମୃତମାନଙ୍କ ମଧ୍ୟରୁ ପୁନର୍ବାର ଜୀବିତ ହେବେ,

47ପୁଣି, ଯିରୂଶାଲମ ସହରରୁ ଆରମ୍ଭ କରି ସମସ୍ତ ଜାତିଙ୍କ ନିକଟରେ ତାହାଙ୍କ ନାମରେ ପାପ କ୍ଷମା ନିମନ୍ତେ ମନ-ପରିବର୍ତ୍ତନର ପ୍ରସଙ୍ଗ ଘୋଷଣା କରାଯିବ।

48ତୁମ୍ଭେମାନେ ଏହି ସମସ୍ତ ବିଷୟର ସାକ୍ଷୀ ଅଟ

49ଆଉ ଦେଖ, ମୋହର ପିତା ଯାହା ପ୍ରତିଜ୍ଞା କରିଅଛନ୍ତି, ତାହା ମୁଁ ତୁମ୍ଭମାନଙ୍କ ନିକଟକୁ ପଠାଉଅଛି, କିନ୍ତୁ ଊର୍ଦ୍ଧ୍ୱରୁ ଶକ୍ତି ପ୍ରାପ୍ତ ନ ହେବା ପର୍ଯ୍ୟନ୍ତ ତୁମ୍ଭେମାନେ ଏହି ନଗରରେ ରହିଥାଅ।”

50ତତ୍ପରେ ସେ ସେମାନଙ୍କୁ ବେଥନୀୟାକୁ ଯିବା ବାଟ ପର୍ଯ୍ୟନ୍ତ ଘେନିଗଲେ ଓ ଆପଣା ହାତ ତୋଳି ସେମାନଙ୍କୁ ଆଶୀର୍ବାଦ କଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.