ଲୂକ 24

ପୁଣି, ସେମାନଙ୍କୁ ଆଶୀର୍ବାଦ କରୁ କରୁ ସେ ସେମାନଙ୍କଠାରୁ ଅଲଗା ହୋଇ ସ୍ୱର୍ଗକୁ ନୀତ ହେଲେ।

Luke 24:51 (UKJV) And it came to pass, while he blessed them, he was parted from them, and carried up into heaven.

49ଆଉ ଦେଖ, ମୋହର ପିତା ଯାହା ପ୍ରତିଜ୍ଞା କରିଅଛନ୍ତି, ତାହା ମୁଁ ତୁମ୍ଭମାନଙ୍କ ନିକଟକୁ ପଠାଉଅଛି, କିନ୍ତୁ ଊର୍ଦ୍ଧ୍ୱରୁ ଶକ୍ତି ପ୍ରାପ୍ତ ନ ହେବା ପର୍ଯ୍ୟନ୍ତ ତୁମ୍ଭେମାନେ ଏହି ନଗରରେ ରହିଥାଅ।”

50ତତ୍ପରେ ସେ ସେମାନଙ୍କୁ ବେଥନୀୟାକୁ ଯିବା ବାଟ ପର୍ଯ୍ୟନ୍ତ ଘେନିଗଲେ ଓ ଆପଣା ହାତ ତୋଳି ସେମାନଙ୍କୁ ଆଶୀର୍ବାଦ କଲେ।

51ପୁଣି, ସେମାନଙ୍କୁ ଆଶୀର୍ବାଦ କରୁ କରୁ ସେ ସେମାନଙ୍କଠାରୁ ଅଲଗା ହୋଇ ସ୍ୱର୍ଗକୁ ନୀତ ହେଲେ।

52ଆଉ ସେମାନେ ତାହାଙ୍କୁ ପ୍ରଣାମ କରି ମହାନନ୍ଦରେ ଯିରୂଶାଲମ ସହରକୁ ବାହୁଡ଼ିଗଲେ,

53ପୁଣି, ସର୍ବଦା ମନ୍ଦିରରେ ରହି ଈଶ୍ବରଙ୍କ ସ୍ତବ କରିବାକୁ ଲାଗିଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.