5ସେଥିରେ ସେମାନେ ଭୀତ ହୋଇ ଅଧୋମୁଖ ହୁଅନ୍ତେ ସେମାନେ ସେମାନଙ୍କୁ କହିଲେ, ମୃତମାନଙ୍କ ମଧ୍ୟରେ ତୁମ୍ଭେମାନେ କାହିଁକି ଜୀବିତଙ୍କର ଅନ୍ୱେଷଣ କରୁଅଛ?
6ସେ ଏଠାରେ ନାହାନ୍ତି, ମାତ୍ର ଉଠିଅଛନ୍ତି। “ମନୁଷ୍ୟପୁତ୍ରଙ୍କୁ ଯେ ଅବଶ୍ୟ ପାପୀମାନଙ୍କ ହସ୍ତରେ ସମର୍ପିତ ହୋଇ କ୍ରୁଶରେ ହତ ହେବାକୁ ଓ ତୃତୀୟ ଦିବସରେ ପୁନରୁତ୍ଥାନ କରିବାକୁ ହେବ,”
7ଏହି ଯେଉଁ ବାକ୍ୟ ସେ ଗାଲିଲୀରେ ଥିବା ସମୟରେ ତୁମ୍ଭମାନଙ୍କୁ କହିଥିଲେ, ତାହା ସ୍ମରଣ କର।
8ସେଥିରେ ସେମାନେ ତାହାଙ୍କ ବାକ୍ୟ ସ୍ମରଣ କଲେ,
9ପୁଣି, ସମାଧିରୁ ବାହୁଡ଼ିଯାଇ ଏକାଦଶ ଶିଷ୍ୟମାନଙ୍କୁ ଓ ଅନ୍ୟ ସମସ୍ତଙ୍କୁ ଏହିସବୁ ସମ୍ବାଦ ଦେଲେ।