6ସେ ଏଠାରେ ନାହାନ୍ତି, ମାତ୍ର ଉଠିଅଛନ୍ତି। “ମନୁଷ୍ୟପୁତ୍ରଙ୍କୁ ଯେ ଅବଶ୍ୟ ପାପୀମାନଙ୍କ ହସ୍ତରେ ସମର୍ପିତ ହୋଇ କ୍ରୁଶରେ ହତ ହେବାକୁ ଓ ତୃତୀୟ ଦିବସରେ ପୁନରୁତ୍ଥାନ କରିବାକୁ ହେବ,”
7ଏହି ଯେଉଁ ବାକ୍ୟ ସେ ଗାଲିଲୀରେ ଥିବା ସମୟରେ ତୁମ୍ଭମାନଙ୍କୁ କହିଥିଲେ, ତାହା ସ୍ମରଣ କର।
8ସେଥିରେ ସେମାନେ ତାହାଙ୍କ ବାକ୍ୟ ସ୍ମରଣ କଲେ,
9ପୁଣି, ସମାଧିରୁ ବାହୁଡ଼ିଯାଇ ଏକାଦଶ ଶିଷ୍ୟମାନଙ୍କୁ ଓ ଅନ୍ୟ ସମସ୍ତଙ୍କୁ ଏହିସବୁ ସମ୍ବାଦ ଦେଲେ।
10ଏମାନେ ମଗ୍ଦଲୀନୀ ମରୀୟମ, ଯୋହାନା, ଯାକୁବଙ୍କ ମାତା ମରୀୟମ ଓ ଏମାନଙ୍କ ସାଙ୍ଗରେ ଥିବା ଅନ୍ୟ ସ୍ତ୍ରୀଲୋକମାନେ; ଏମାନେ ପ୍ରେରିତମାନଙ୍କୁ ଏହିସବୁ ବିଷୟ ଜଣାଇଲେ।