ଲୂକ 4

ପୁଣି, ଯୀଶୁ ତାହାକୁ ଉତ୍ତର ଦେଲେ, “ଶାସ୍ତ୍ରରେ ଏହା ମଧ୍ୟ ଲେଖାଅଛି, ‘ତୁମ୍ଭେ ପ୍ରଭୁ ଆପଣା ଈଶ୍ବରଙ୍କୁ ପରୀକ୍ଷା କର ନାହିଁ।’”

Luke 4:12 (UKJV) And Jesus answering said unto him, It is said, You shall not tempt the Lord your God.

10କାରଣ ଶାସ୍ତ୍ରରେ ଲେଖାଅଛି, “‘ତୁମ୍ଭକୁ ରକ୍ଷା କରିବା ନିମନ୍ତେ ସେ ଆପଣା ଦୂତମାନଙ୍କୁ ତୁମ୍ଭ ବିଷୟରେ ଆଜ୍ଞା ଦେବେ;

11ଆଉ ଲେଖାଅଛି, କାଳେ ତୁମ୍ଭ ପାଦ ପଥରରେ ବାଜିବ, ଏଥିପାଇଁ ସେମାନେ ତୁମ୍ଭକୁ ହସ୍ତରେ ତୋଳି ଧରିବେ।’”

12ପୁଣି, ଯୀଶୁ ତାହାକୁ ଉତ୍ତର ଦେଲେ, “ଶାସ୍ତ୍ରରେ ଏହା ମଧ୍ୟ ଲେଖାଅଛି, ‘ତୁମ୍ଭେ ପ୍ରଭୁ ଆପଣା ଈଶ୍ବରଙ୍କୁ ପରୀକ୍ଷା କର ନାହିଁ।’”

13ଶୟତାନ ଯୀଶୁଙ୍କୁ ସମସ୍ତ ପ୍ରକାର ପରୀକ୍ଷା ଶେଷ କଲା ପରେ କିଛି କାଳ ପର୍ଯ୍ୟନ୍ତ ତାହାଙ୍କୁ ଛାଡ଼ି ଚାଲିଗଲା।

14ଏହାପରେ ଯୀଶୁ ପବିତ୍ର ଆତ୍ମାଙ୍କ ଶକ୍ତିରେ ଗାଲିଲୀକୁ ଫେରିଗଲେ, ଆଉ ଚାରିଆଡ଼େ ସମସ୍ତ ଅଞ୍ଚଳରେ ତାହାଙ୍କ ଖ୍ୟାତି ବ୍ୟାପିଗଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.