11ଆଉ ଲେଖାଅଛି, କାଳେ ତୁମ୍ଭ ପାଦ ପଥରରେ ବାଜିବ, ଏଥିପାଇଁ ସେମାନେ ତୁମ୍ଭକୁ ହସ୍ତରେ ତୋଳି ଧରିବେ।’”
12ପୁଣି, ଯୀଶୁ ତାହାକୁ ଉତ୍ତର ଦେଲେ, “ଶାସ୍ତ୍ରରେ ଏହା ମଧ୍ୟ ଲେଖାଅଛି, ‘ତୁମ୍ଭେ ପ୍ରଭୁ ଆପଣା ଈଶ୍ବରଙ୍କୁ ପରୀକ୍ଷା କର ନାହିଁ।’”
13ଶୟତାନ ଯୀଶୁଙ୍କୁ ସମସ୍ତ ପ୍ରକାର ପରୀକ୍ଷା ଶେଷ କଲା ପରେ କିଛି କାଳ ପର୍ଯ୍ୟନ୍ତ ତାହାଙ୍କୁ ଛାଡ଼ି ଚାଲିଗଲା।
14ଏହାପରେ ଯୀଶୁ ପବିତ୍ର ଆତ୍ମାଙ୍କ ଶକ୍ତିରେ ଗାଲିଲୀକୁ ଫେରିଗଲେ, ଆଉ ଚାରିଆଡ଼େ ସମସ୍ତ ଅଞ୍ଚଳରେ ତାହାଙ୍କ ଖ୍ୟାତି ବ୍ୟାପିଗଲା।
15ପୁଣି, ସେ ସେମାନଙ୍କର ସମାଜଗୃହ ସମୂହରେ ଶିକ୍ଷା ଦେଇ ସମସ୍ତଙ୍କଠାରୁ ଗୌରବ ପାଇବାକୁ ଲାଗିଲେ।