ଲୂକ 4

ସେ ଯେଉଁ ନାଜରିତରେ ପ୍ରତିପାଳିତ ହୋଇଥିଲେ, ସେହି ସ୍ଥାନକୁ ଇତିମଧ୍ୟରେ ଗଲେ ଓ ଆପଣା ରୀତି ଅନୁସାରେ ବିଶ୍ରାମବାର ଦିନରେ ସମାଜଗୃହରେ ପ୍ରବେଶ କଲେ, ଆଉ ପାଠ କରିବା ନିମନ୍ତେ ଠିଆ ହେଲେ।

Luke 4:16 (UKJV) And he came to Nazareth, where he had been brought up: and, as his custom was, he went into the synagogue on the sabbath day, and stood up in order to read.

14ଏହାପରେ ଯୀଶୁ ପବିତ୍ର ଆତ୍ମାଙ୍କ ଶକ୍ତିରେ ଗାଲିଲୀକୁ ଫେରିଗଲେ, ଆଉ ଚାରିଆଡ଼େ ସମସ୍ତ ଅଞ୍ଚଳରେ ତାହାଙ୍କ ଖ୍ୟାତି ବ୍ୟାପିଗଲା।

15ପୁଣି, ସେ ସେମାନଙ୍କର ସମାଜଗୃହ ସମୂହରେ ଶିକ୍ଷା ଦେଇ ସମସ୍ତଙ୍କଠାରୁ ଗୌରବ ପାଇବାକୁ ଲାଗିଲେ।

16ସେ ଯେଉଁ ନାଜରିତରେ ପ୍ରତିପାଳିତ ହୋଇଥିଲେ, ସେହି ସ୍ଥାନକୁ ଇତିମଧ୍ୟରେ ଗଲେ ଓ ଆପଣା ରୀତି ଅନୁସାରେ ବିଶ୍ରାମବାର ଦିନରେ ସମାଜଗୃହରେ ପ୍ରବେଶ କଲେ, ଆଉ ପାଠ କରିବା ନିମନ୍ତେ ଠିଆ ହେଲେ।

17ସେଥିରେ ଯିଶାଇୟ ଭାବବାଦୀଙ୍କ ପୁସ୍ତକ ତାହାଙ୍କୁ ଦିଆଗଲା, ଆଉ ସେ ତାହା ଫିଟାଇ, ଯେଉଁ ସ୍ଥାନରେ ଏହି ବାକ୍ୟ ଲିଖିତ ଅଛି, ତାହା ପାଇଲେ,

18“ପ୍ରଭୁଙ୍କ ଆତ୍ମା ମୋʼଠାରେ ଅଧିଷ୍ଠିତ, ଯେଣୁ ଦୀନହୀନମାନଙ୍କ ପାଖରେ ସୁସମାଚାର ପ୍ରଚାର କରିବା ନିମନ୍ତେ ସେ ମୋତେ ଅଭିଷିକ୍ତ କରିଅଛନ୍ତି, ବନ୍ଦୀମାନଙ୍କ ନିକଟରେ ମୁକ୍ତି ଓ ଅନ୍ଧମାନଙ୍କ ନିକଟରେ ଦୃଷ୍ଟିଲାଭର ବିଷୟ ଘୋଷଣା କରିବାକୁ ପୁଣି, ଅତ୍ୟାଚାର ପାଉଥିବା ଲୋକମାନଙ୍କୁ ମୁକ୍ତ କରିବାକୁ,

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.