16ସେ ଯେଉଁ ନାଜରିତରେ ପ୍ରତିପାଳିତ ହୋଇଥିଲେ, ସେହି ସ୍ଥାନକୁ ଇତିମଧ୍ୟରେ ଗଲେ ଓ ଆପଣା ରୀତି ଅନୁସାରେ ବିଶ୍ରାମବାର ଦିନରେ ସମାଜଗୃହରେ ପ୍ରବେଶ କଲେ, ଆଉ ପାଠ କରିବା ନିମନ୍ତେ ଠିଆ ହେଲେ।
17ସେଥିରେ ଯିଶାଇୟ ଭାବବାଦୀଙ୍କ ପୁସ୍ତକ ତାହାଙ୍କୁ ଦିଆଗଲା, ଆଉ ସେ ତାହା ଫିଟାଇ, ଯେଉଁ ସ୍ଥାନରେ ଏହି ବାକ୍ୟ ଲିଖିତ ଅଛି, ତାହା ପାଇଲେ,
18“ପ୍ରଭୁଙ୍କ ଆତ୍ମା ମୋʼଠାରେ ଅଧିଷ୍ଠିତ, ଯେଣୁ ଦୀନହୀନମାନଙ୍କ ପାଖରେ ସୁସମାଚାର ପ୍ରଚାର କରିବା ନିମନ୍ତେ ସେ ମୋତେ ଅଭିଷିକ୍ତ କରିଅଛନ୍ତି, ବନ୍ଦୀମାନଙ୍କ ନିକଟରେ ମୁକ୍ତି ଓ ଅନ୍ଧମାନଙ୍କ ନିକଟରେ ଦୃଷ୍ଟିଲାଭର ବିଷୟ ଘୋଷଣା କରିବାକୁ ପୁଣି, ଅତ୍ୟାଚାର ପାଉଥିବା ଲୋକମାନଙ୍କୁ ମୁକ୍ତ କରିବାକୁ,
19ଆଉ ପ୍ରଭୁଙ୍କ ଅନୁଗ୍ରହ ବର୍ଷ ଘୋଷଣା କରିବାକୁ ସେ ମୋତେ ପଠାଇଅଛନ୍ତି।”
20ପରେ ସେ ପୁସ୍ତକ ବନ୍ଦ କରି, ପରିଚାରକଙ୍କୁ ତାହା ଫେରାଇଦେଇ ବସିଲେ। ଆଉ ସମାଜଗୃହରେ ସମସ୍ତଙ୍କ ଦୃଷ୍ଟି ତାହାଙ୍କ ଉପରେ ସ୍ଥିର ହୋଇ ରହିଲା।