1ଯୀଶୁ ପବିତ୍ର ଆତ୍ମାରେ ପୂର୍ଣ୍ଣ ହୋଇ ଯର୍ଦ୍ଦନ ନଦୀରୁ ଫେରି ଆସିଲେ ଏବଂ ଚାଳିଶ ଦିନ ପର୍ଯ୍ୟନ୍ତ ଆତ୍ମାଙ୍କ ଦ୍ୱାରା ପ୍ରାନ୍ତରରେ ଚାଳିତ ହୋଇ ଶୟତାନ ଦ୍ୱାରା ପରୀକ୍ଷିତ ହେଉଥିଲେ।
2ସେହି ସମସ୍ତ ଦିନ ସେ କିଛି ଖାଇଲେ ନାହିଁ, ଆଉ ସେହିସବୁ ଦିନ ଶେଷ ହୁଅନ୍ତେ, ସେ କ୍ଷୁଧିତ ହେଲେ।
3ସେଥିରେ ଶୟତାନ ତାହାଙ୍କୁ କହିଲା, ତୁମ୍ଭେ ଯେବେ ଈଶ୍ବରଙ୍କ ପୁତ୍ର, ତେବେ ଏହି ପଥରକୁ ରୁଟି ହେବା ପାଇଁ ଆଜ୍ଞା ଦିଅ।
4ଯୀଶୁ ତାହାକୁ ଉତ୍ତର ଦେଲେ, “ପବିତ୍ର ଶାସ୍ତ୍ରରେ ଲେଖାଅଛି, ‘ମନୁଷ୍ୟ କେବଳ ରୁଟିରେ ବଞ୍ଚିବ ନାହିଁ।’”