18“ପ୍ରଭୁଙ୍କ ଆତ୍ମା ମୋʼଠାରେ ଅଧିଷ୍ଠିତ, ଯେଣୁ ଦୀନହୀନମାନଙ୍କ ପାଖରେ ସୁସମାଚାର ପ୍ରଚାର କରିବା ନିମନ୍ତେ ସେ ମୋତେ ଅଭିଷିକ୍ତ କରିଅଛନ୍ତି, ବନ୍ଦୀମାନଙ୍କ ନିକଟରେ ମୁକ୍ତି ଓ ଅନ୍ଧମାନଙ୍କ ନିକଟରେ ଦୃଷ୍ଟିଲାଭର ବିଷୟ ଘୋଷଣା କରିବାକୁ ପୁଣି, ଅତ୍ୟାଚାର ପାଉଥିବା ଲୋକମାନଙ୍କୁ ମୁକ୍ତ କରିବାକୁ,
19ଆଉ ପ୍ରଭୁଙ୍କ ଅନୁଗ୍ରହ ବର୍ଷ ଘୋଷଣା କରିବାକୁ ସେ ମୋତେ ପଠାଇଅଛନ୍ତି।”
20ପରେ ସେ ପୁସ୍ତକ ବନ୍ଦ କରି, ପରିଚାରକଙ୍କୁ ତାହା ଫେରାଇଦେଇ ବସିଲେ। ଆଉ ସମାଜଗୃହରେ ସମସ୍ତଙ୍କ ଦୃଷ୍ଟି ତାହାଙ୍କ ଉପରେ ସ୍ଥିର ହୋଇ ରହିଲା।
21ପୁଣି, ସେ ସେମାନଙ୍କୁ କହିବାକୁ ଲାଗିଲେ, “ଆଜି ଧର୍ମଶାସ୍ତ୍ରର ଏହି ବାକ୍ୟ ତୁମ୍ଭମାନଙ୍କ ଶୁଣିବା ଅନୁସାରେ ସଫଳ ହେଲା।”
22ଆଉ, ସମସ୍ତେ ତାହାଙ୍କ ବିଷୟରେ ସାକ୍ଷ୍ୟ ଦେବାକୁ ଲାଗିଲେ ଓ ତାହାଙ୍କ ମୁଖ ନିର୍ଗତ ଅନୁଗ୍ରହର ବାକ୍ୟରେ ଚମତ୍କୃତ ହେଲେ; ପୁଣି, ସେମାନେ କହିବାକୁ ଲାଗିଲେ, ଏ କଅଣ ଯୋଷେଫର ପୁତ୍ର ନୁହେଁ?