20ପରେ ସେ ପୁସ୍ତକ ବନ୍ଦ କରି, ପରିଚାରକଙ୍କୁ ତାହା ଫେରାଇଦେଇ ବସିଲେ। ଆଉ ସମାଜଗୃହରେ ସମସ୍ତଙ୍କ ଦୃଷ୍ଟି ତାହାଙ୍କ ଉପରେ ସ୍ଥିର ହୋଇ ରହିଲା।
21ପୁଣି, ସେ ସେମାନଙ୍କୁ କହିବାକୁ ଲାଗିଲେ, “ଆଜି ଧର୍ମଶାସ୍ତ୍ରର ଏହି ବାକ୍ୟ ତୁମ୍ଭମାନଙ୍କ ଶୁଣିବା ଅନୁସାରେ ସଫଳ ହେଲା।”
22ଆଉ, ସମସ୍ତେ ତାହାଙ୍କ ବିଷୟରେ ସାକ୍ଷ୍ୟ ଦେବାକୁ ଲାଗିଲେ ଓ ତାହାଙ୍କ ମୁଖ ନିର୍ଗତ ଅନୁଗ୍ରହର ବାକ୍ୟରେ ଚମତ୍କୃତ ହେଲେ; ପୁଣି, ସେମାନେ କହିବାକୁ ଲାଗିଲେ, ଏ କଅଣ ଯୋଷେଫର ପୁତ୍ର ନୁହେଁ?
23ସେଥିରେ ସେ ସେମାନଙ୍କୁ କହିଲେ, “ତୁମ୍ଭେମାନେ ନିଶ୍ଚୟ ମୋତେ ଏହି ପ୍ରବାଦବାକ୍ୟ କହିବ, ‘ହେ ବୈଦ୍ୟ, ନିଜେ ନିଜକୁ ସୁସ୍ଥ କର; କଫର୍ନାହୂମରେ ଯାହା ଯାହା ଘଟିଅଛି ବୋଲି ଆମ୍ଭେମାନେ ଶୁଣିଅଛୁ, ସେହିସବୁ ଏହି ସ୍ଥାନରେ ନିଜ ପିତାଙ୍କ ନଗରରେ ମଧ୍ୟ କର।’”
24ପୁଣି, ସେ କହିଲେ, “ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, କୌଣସି ଭାବବାଦୀ ନିଜ ପିତାଙ୍କ ନଗରରେ ଗ୍ରାହ୍ୟ ହୁଅନ୍ତି ନାହିଁ।