26ତଥାପି ଏଲୀୟ ସେମାନଙ୍କର କାହାରି ନିକଟକୁ ପ୍ରେରିତ ନ ହୋଇ କେବଳ ସୀଦୋନ ଦେଶର ସାରିଫତକୁ ଜଣେ ବିଧବା ସ୍ତ୍ରୀ ନିକଟକୁ ପଠାଗଲେ।
27ପୁଣି, ଭାବବାଦୀ ଇଲୀଶାୟଙ୍କ ସମୟରେ ଇସ୍ରାଏଲ ମଧ୍ୟରେ ଅନେକ କୁଷ୍ଠରୋଗୀମାନେ ଥିଲେ; ତଥାପି ସେମାନଙ୍କ ମଧ୍ୟରୁ କେହି ଶୁଚି କରାଯାଇ ନ ଥିଲେ, କେବଳ ସିରିୟା ଦେଶୀୟ ନାମାନ ଶୁଚି କରାଯାଇଥିଲେ।”
28ସମାଜଗୃହରେ ଏହିସବୁ କଥା ଶୁଣୁ ଶୁଣୁ ସମସ୍ତେ କ୍ରୋଧରେ ପରିପୂର୍ଣ୍ଣ ହେଲେ,
29ପୁଣି, ସେମାନେ ଉଠି ତାହାଙ୍କୁ ନଗରରୁ ବାହାର କରିଦେଲେ ଏବଂ ସେମାନଙ୍କର ନଗର ଯେଉଁ ପର୍ବତ ଉପରେ ସ୍ଥାପିତ ଥିଲା, ସେହି ପର୍ବତ ଉପରୁ ତଳକୁ ପକାଇଦେବା ନିମନ୍ତେ ତାହାକୁ ସେଠାକୁ ନେଇଗଲେ;
30କିନ୍ତୁ ସେ ସେମାନଙ୍କ ମଧ୍ୟ ଦେଇ ଗମନ କରି ଚାଲିଗଲେ।