36ଏଥିରେ ସମସ୍ତେ ଆଶ୍ଚର୍ଯ୍ୟ ହୋଇ ପରସ୍ପର କୁହାକୋହି ହେଲେ, ଏ କି କଥା? ସେ ଅଶୁଚି ଆତ୍ମାମାନଙ୍କୁ ଅଧିକାର ଓ ଶକ୍ତି ସହିତ ଆଦେଶ ଦିଅନ୍ତି, ଆଉ ସେମାନେ ବାହାରିଯାଆନ୍ତି।
37ସେଥିରେ ତାହାଙ୍କ ବିଷୟରେ ସମାଚାର ଚତୁର୍ଦ୍ଦିଗସ୍ଥ ଅଞ୍ଚଳର ସବୁଆଡ଼େ ବ୍ୟାପିଗଲା।
38ପରେ ସେ ସମାଜଗୃହରୁ ଉଠି ଶିମୋନଙ୍କ ଘରକୁ ଗଲେ। ଶିମୋନଙ୍କ ଶାଶୁଙ୍କୁ ଭୟଙ୍କର ଜ୍ୱର ହୋଇଥିଲା, ଆଉ ସେମାନେ ତାହାଙ୍କ ବିଷୟରେ ତାହାଙ୍କୁ ଅନୁରୋଧ କଲେ।
39ସେଥିରେ ସେ ତାହାଙ୍କ ପାଖରେ ଠିଆ ହୋଇ ଜ୍ୱରକୁ ଧମକ ଦେଲେ, ଆଉ ତାହାଙ୍କୁ ଜ୍ୱର ଛାଡ଼ିଗଲା, ପୁଣି, ସେ ସେହିକ୍ଷଣି ଉଠି ସେମାନଙ୍କ ସେବା କରିବାକୁ ଲାଗିଲେ।
40ସୂର୍ଯ୍ୟ ଅସ୍ତ ହେବା ସମୟରେ, ଯେଉଁମାନଙ୍କ ନିକଟରେ ନାନା ପ୍ରକାର ରୋଗରେ ପୀଡ଼ିତ ଲୋକମାନେ ଥିଲେ, ସେ ସମସ୍ତେ ସେମାନଙ୍କୁ ତାହାଙ୍କ ନିକଟକୁ ଆଣିଲେ ଏବଂ ସେ ପ୍ରତ୍ୟେକ ଜଣ ଉପରେ ହାତ ଥୋଇ ସେମାନଙ୍କୁ ସୁସ୍ଥ କଲେ।