ଲୂକ 4

ଅତଏବ, ତୁମ୍ଭେ ଯେବେ ଆମ୍ଭ ଛାମୁରେ ପ୍ରଣାମ କରିବ, ତେବେ ସମସ୍ତ ତୁମ୍ଭର ହେବ।

Luke 4:7 (UKJV) If you therefore will worship me, all shall be yours.

5ଆଉ ସେ ତାହାଙ୍କୁ ଉପରକୁ ନେଇଯାଇ ଏକ ମୁହୂର୍ତ୍ତ ମଧ୍ୟରେ ପୃଥିବୀର ସମସ୍ତ ରାଜ୍ୟ ତାହାଙ୍କୁ ଦେଖାଇଲା।

6ପୁଣି, ଶୟତାନ ତାହାଙ୍କୁ କହିଲା, ଆମ୍ଭେ ତୁମ୍ଭକୁ ଏସମସ୍ତ ଅଧିକାର ଓ ଏସବୁର ଐଶ୍ୱର୍ଯ୍ୟ ଦେବା, କାରଣ ଆମ୍ଭକୁ ତାହା ସମର୍ପିତ ହୋଇଅଛି, ଆଉ ଆମ୍ଭେ ଯାହାକୁ ଇଚ୍ଛା, ତାହାକୁ ତାହା ଦେଉ।

7ଅତଏବ, ତୁମ୍ଭେ ଯେବେ ଆମ୍ଭ ଛାମୁରେ ପ୍ରଣାମ କରିବ, ତେବେ ସମସ୍ତ ତୁମ୍ଭର ହେବ।

8ଯୀଶୁ ତାହାକୁ ଉତ୍ତର ଦେଲେ, “ପବିତ୍ର ଶାସ୍ତ୍ରରେ ଲେଖାଅଛି, ‘ତୁମ୍ଭେ ପ୍ରଭୁ ଆପଣ ଈଶ୍ବରଙ୍କୁ ପ୍ରଣାମ କରିବ, ଆଉ କେବଳ ତାହାଙ୍କର ଉପାସନା କରିବ।’”

9ପୁଣି, ସେ ତାହାଙ୍କୁ ଯିରୂଶାଲମ ସହରକୁ ନେଇଯାଇ ମନ୍ଦିରର ଛାତ ଉପରେ ଠିଆ କରାଇ ତାହାଙ୍କୁ କହିଲା, ତୁମ୍ଭେ ଯଦି ଈଶ୍ବରଙ୍କ ପୁତ୍ର, ତେବେ ଏଠାରୁ ତଳକୁ ଡେଇଁପଡ଼;

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.