9କାରଣ ସେମାନେ ଏତେ ମାଛ ଧରିଥିଲେ ଯେ, ତାହା ଦେଖି ସେ ଓ ତାହାଙ୍କ ସଙ୍ଗୀ ସମସ୍ତେ ଆଶ୍ଚର୍ଯ୍ୟ ହେଲେ;
10ପୁଣି, ଜେବଦୀଙ୍କ ଦୁଇ ପୁତ୍ର ଯାକୁବ ଓ ଯୋହନ, ଯେଉଁମାନେ ଶିମୋନଙ୍କର ସହଭାଗୀ ଥିଲେ, ସେମାନେ ମଧ୍ୟ ସେହି ପ୍ରକାର ଆଶ୍ଚର୍ଯ୍ୟାନ୍ୱିତ ହେଲେ। ପୁଣି, ଯୀଶୁ ଶିମୋନଙ୍କୁ କହିଲେ, “ଭୟ କର ନାହିଁ, ଆଜିଠାରୁ ତୁମ୍ଭେ ମନୁଷ୍ୟମାନଙ୍କୁ ଧରିବ।”
11ସେଥିରେ ସେମାନେ ନୌକାଗୁଡ଼ିକ କୂଳକୁ ଆଣି ସବୁ ଛାଡ଼ିଦେଇ ତାହାଙ୍କର ଅନୁଗମନ କଲେ।
12ସେ ଗୋଟିଏ ନଗରରେ ଥିବା ସମୟରେ, ଦେଖ, ଜଣେ ସର୍ବାଙ୍ଗ କୁଷ୍ଠୀ ଲୋକ ସେ ସ୍ଥାନରେ ଥିଲେ; ସେ ଯୀଶୁଙ୍କୁ ଦେଖି ମୁହଁ ମାଡ଼ିପଡ଼ି ତାହାଙ୍କୁ ନିବେଦନ କରି କହିଲା, ହେ ପ୍ରଭୁ, ଆପଣ ଯଦି ଇଚ୍ଛା କରନ୍ତି, ତାହାହେଲେ ମୋତେ ଶୁଚି କରିପାରନ୍ତି।
13ସେଥିରେ ସେ ହାତ ବଢ଼ାଇ ତାହାକୁ ଛୁଇଁ କହିଲେ, “ମୁଁ ଇଚ୍ଛା କରୁଅଛି, ଶୁଚି ହୁଅ।” ସେହିକ୍ଷଣି କୁଷ୍ଠରୋଗ ତାହାଠାରୁ ଦୂର ହେଲା।