ଲୂକ 5

କିନ୍ତୁ ତାହାଙ୍କ ବିଷୟକ କଥା ଆହୁରି ଅଧିକ ବ୍ୟାପିଗଲା, ଆଉ ବହୁସଂଖ୍ୟକ ଲୋକ ଶୁଣିବା ନିମନ୍ତେ ଓ ନିଜ ନିଜ ରୋଗରୁ ସୁସ୍ଥ ହେବା ନିମନ୍ତେ ଏକତ୍ର ହେବାକୁ ଲାଗିଲେ;

Luke 5:15 (UKJV) But so much the more went there a fame abroad of him: and great multitudes came together to hear, and to be healed by him of their infirmities.

13ସେଥିରେ ସେ ହାତ ବଢ଼ାଇ ତାହାକୁ ଛୁଇଁ କହିଲେ, “ମୁଁ ଇଚ୍ଛା କରୁଅଛି, ଶୁଚି ହୁଅ।” ସେହିକ୍ଷଣି କୁଷ୍ଠରୋଗ ତାହାଠାରୁ ଦୂର ହେଲା।

14ଆଉ, ସେ ତାହାକୁ ଆଜ୍ଞା ଦେଇ କହିଲେ, “କାହାକୁ କୁହ ନାହିଁ, କିନ୍ତୁ ଯାଇ ଯାଜକଙ୍କୁ ନିଜକୁ ଦେଖାଅ, ପୁଣି, ମୋଶାଙ୍କ ଆଦେଶ ଅନୁସାରେ ଆପଣାର ଶୁଚିକ୍ରିୟାରୂପେ ସେମାନଙ୍କ ନିକଟରେ ସାକ୍ଷ୍ୟ ଦେବା ନିମନ୍ତେ ବଳି ଉତ୍ସର୍ଗ କର।”

15କିନ୍ତୁ ତାହାଙ୍କ ବିଷୟକ କଥା ଆହୁରି ଅଧିକ ବ୍ୟାପିଗଲା, ଆଉ ବହୁସଂଖ୍ୟକ ଲୋକ ଶୁଣିବା ନିମନ୍ତେ ଓ ନିଜ ନିଜ ରୋଗରୁ ସୁସ୍ଥ ହେବା ନିମନ୍ତେ ଏକତ୍ର ହେବାକୁ ଲାଗିଲେ;

16ମାତ୍ର ସେ କେହି ନ ଥିବା ସ୍ଥାନମାନଙ୍କରେ ରହି ପ୍ରାର୍ଥନା କରୁଥିଲେ।

17ଦିନେ ସେ ଶିକ୍ଷା ଦେଉଥିଲେ, ଆଉ ଗାଲିଲୀର ପ୍ରତ୍ୟେକ ଗ୍ରାମ, ପୁଣି, ଯିହୂଦିୟା ପ୍ରଦେଶ ଓ ଯିରୂଶାଲମ ସହରରୁ ଆସିଥିବା ଫାରୂଶୀ ଓ ମୋଶାଙ୍କ ବ୍ୟବସ୍ଥା ଶିକ୍ଷକମାନେ ନିକଟରେ ବସିଥିଲେ। ଆଉ, ସେ ଯେପରି ସୁସ୍ଥ କରନ୍ତି ଏଥିପାଇଁ ପ୍ରଭୁଙ୍କର ଶକ୍ତି ଉପସ୍ଥିତ ଥିଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.