ଲୂକ 5

ଦିନେ ସେ ଶିକ୍ଷା ଦେଉଥିଲେ, ଆଉ ଗାଲିଲୀର ପ୍ରତ୍ୟେକ ଗ୍ରାମ, ପୁଣି, ଯିହୂଦିୟା ପ୍ରଦେଶ ଓ ଯିରୂଶାଲମ ସହରରୁ ଆସିଥିବା ଫାରୂଶୀ ଓ ମୋଶାଙ୍କ ବ୍ୟବସ୍ଥା ଶିକ୍ଷକମାନେ ନିକଟରେ ବସିଥିଲେ। ଆଉ, ସେ ଯେପରି ସୁସ୍ଥ କରନ୍ତି ଏଥିପାଇଁ ପ୍ରଭୁଙ୍କର ଶକ୍ତି ଉପସ୍ଥିତ ଥିଲା।

Luke 5:17 (UKJV) And it came to pass on a certain day, as he was teaching, that there were Pharisees and doctors of the law sitting by, which were come out of every town of Galilee, and Judaea, and Jerusalem: and the power of the Lord was present to heal them.

15କିନ୍ତୁ ତାହାଙ୍କ ବିଷୟକ କଥା ଆହୁରି ଅଧିକ ବ୍ୟାପିଗଲା, ଆଉ ବହୁସଂଖ୍ୟକ ଲୋକ ଶୁଣିବା ନିମନ୍ତେ ଓ ନିଜ ନିଜ ରୋଗରୁ ସୁସ୍ଥ ହେବା ନିମନ୍ତେ ଏକତ୍ର ହେବାକୁ ଲାଗିଲେ;

16ମାତ୍ର ସେ କେହି ନ ଥିବା ସ୍ଥାନମାନଙ୍କରେ ରହି ପ୍ରାର୍ଥନା କରୁଥିଲେ।

17ଦିନେ ସେ ଶିକ୍ଷା ଦେଉଥିଲେ, ଆଉ ଗାଲିଲୀର ପ୍ରତ୍ୟେକ ଗ୍ରାମ, ପୁଣି, ଯିହୂଦିୟା ପ୍ରଦେଶ ଓ ଯିରୂଶାଲମ ସହରରୁ ଆସିଥିବା ଫାରୂଶୀ ଓ ମୋଶାଙ୍କ ବ୍ୟବସ୍ଥା ଶିକ୍ଷକମାନେ ନିକଟରେ ବସିଥିଲେ। ଆଉ, ସେ ଯେପରି ସୁସ୍ଥ କରନ୍ତି ଏଥିପାଇଁ ପ୍ରଭୁଙ୍କର ଶକ୍ତି ଉପସ୍ଥିତ ଥିଲା।

18ପୁଣି, ଦେଖ, କେତେକ ଲୋକ ଜଣେ ପକ୍ଷାଘାତରୋଗୀ ମନୁଷ୍ୟକୁ ଖଟିଆରେ ବୋହିଆଣି ତାହାକୁ ଭିତରକୁ ନେଇଯିବା ନିମନ୍ତେ ଓ ତାହାଙ୍କ ସମ୍ମୁଖରେ ଥୋଇବା ନିମନ୍ତେ ଚେଷ୍ଟା କରୁଥିଲେ।

19କିନ୍ତୁ ଭିଡ଼ ହେତୁ ତାହାକୁ ଭିତରକୁ ନେଇଯିବା ପାଇଁ ବାଟ ନ ପାଇବାରୁ ସେମାନେ ଘର ଉପରକୁ ଯାଇ ଛାତ ଭିତର ଦେଇ ଖଟିଆ ସହିତ ତାହାକୁ ମଧ୍ୟସ୍ଥାନରେ ଯୀଶୁଙ୍କ ସମ୍ମୁଖରେ ଓହ୍ଲାଇଦେଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.