23କଅଣ ସହଜ? ‘ତୁମ୍ଭର ପାପସବୁ କ୍ଷମା କରାଗଲା ବୋଲି କହିବା,’ ବା, ‘ଉଠ, ଚାଲ ବୋଲି କହିବା?’
24କିନ୍ତୁ, ପୃଥିବୀରେ ପାପ କ୍ଷମା କରିବାକୁ ମନୁଷ୍ୟପୁତ୍ରଙ୍କର ଯେ ଅଧିକାର ଅଛି, ଏହା ଯେପରି ତୁମ୍ଭେମାନେ ଜାଣିପାର,” ଏଥିପାଇଁ ସେ ପକ୍ଷାଘାତ ରୋଗୀକୁ କହିଲେ, “ମୁଁ ତୁମ୍ଭକୁ କହୁଅଛି, ଉଠ, ନିଜ ଖଟିଆ ନେଇ ଆପଣା ଘରକୁ ଯାଅ।”
25ସେଥିରେ ସେ ସେହିକ୍ଷଣି ସେମାନଙ୍କ ସାକ୍ଷାତରେ ଉଠି, ଯାହା ଉପରେ ସେ ଶୋଇଥିଲେ, ତାହା ନେଇ ଈଶ୍ବରଙ୍କ ମହିମା କୀର୍ତ୍ତନ କରୁ କରୁ ନିଜ ଗୃହକୁ ଚାଲିଗଲେ।
26ତହିଁରେ ସମସ୍ତେ ଆଚମ୍ଭିତ ହୋଇ ଈଶ୍ବରଙ୍କ ମହିମା କୀର୍ତ୍ତନ କରିବାକୁ ଲାଗିଲେ ଓ ଅତିଶୟ ଭୟ କରି କହିଲେ, ଆଜି ଆମ୍ଭେମାନେ ଆଶ୍ଚର୍ଯ୍ୟ ଘଟଣା ଦେଖିଲୁ।
27ଏଥିଉତ୍ତାରେ ସେ ବାହାରିଯାଇ ଲେବୀ ନାମକ ଜଣେ କରଗ୍ରାହୀଙ୍କୁ କର ଆଦାୟ ସ୍ଥାନରେ ବସିଥିବା ଦେଖି ତାହାଙ୍କୁ କହିଲେ, “ମୋହର ଅନୁଗମନ କର।”