29ପୁଣି, ଲେବୀ ନିଜ ଘରେ ତାହାଙ୍କ ନିମନ୍ତେ ଗୋଟିଏ ବଡ଼ ଭୋଜି କଲେ, ଆଉ ବହୁସଂଖ୍ୟକ କରଗ୍ରାହୀ ଓ ଅନ୍ୟାନ୍ୟ ଲୋକ ସେମାନଙ୍କ ସାଙ୍ଗରେ ଭୋଜନ କରିବାକୁ ବସିଲେ।
30ସେଥିରେ ଫାରୂଶୀମାନେ ଓ ସେମାନଙ୍କ ଦଳର ଶାସ୍ତ୍ରୀମାନେ ତାହାଙ୍କ ଶିଷ୍ୟମାନଙ୍କ ବିରୁଦ୍ଧରେ ବଚସା କରି କହିବାକୁ ଲାଗିଲେ, ତୁମ୍ଭେମାନେ କାହିଁକି କରଗ୍ରାହୀ ଓ ପାପୀମାନଙ୍କ ସାଙ୍ଗରେ ଖିଆପିଆ କରୁଅଛ?
31ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ସୁସ୍ଥ ଲୋକମାନଙ୍କର ବୈଦ୍ୟଠାରେ ଆବଶ୍ୟକତା ନାହିଁ, ମାତ୍ର ଅସୁସ୍ଥ ଲୋକମାନଙ୍କର ଆବଶ୍ୟକତା ଅଛି।
32ମୁଁ ଧାର୍ମିକ ଲୋକମାନଙ୍କୁ ଆହ୍ୱାନ କରିବା ନିମନ୍ତେ ଆସି ନାହିଁ, କିନ୍ତୁ ମନ-ପରିବର୍ତ୍ତନ କରିବା ନିମନ୍ତେ ପାପୀମାନଙ୍କୁ ଆହ୍ୱାନ କରିବାକୁ ଆସିଅଛି।”
33ସେମାନେ ତାହାଙ୍କୁ କହିଲେ, ଯୋହନଙ୍କ ଶିଷ୍ୟମାନେ ଥରକୁଥର ଉପବାସ ଓ ପ୍ରାର୍ଥନା କରନ୍ତି, ଫାରୂଶୀମାନଙ୍କ ଶିଷ୍ୟମାନେ ମଧ୍ୟ ସେହି ପ୍ରକାର କରନ୍ତି, କିନ୍ତୁ ଆପଣଙ୍କ ଶିଷ୍ୟମାନେ ଖିଆପିଆ କରନ୍ତି।