32ମୁଁ ଧାର୍ମିକ ଲୋକମାନଙ୍କୁ ଆହ୍ୱାନ କରିବା ନିମନ୍ତେ ଆସି ନାହିଁ, କିନ୍ତୁ ମନ-ପରିବର୍ତ୍ତନ କରିବା ନିମନ୍ତେ ପାପୀମାନଙ୍କୁ ଆହ୍ୱାନ କରିବାକୁ ଆସିଅଛି।”
33ସେମାନେ ତାହାଙ୍କୁ କହିଲେ, ଯୋହନଙ୍କ ଶିଷ୍ୟମାନେ ଥରକୁଥର ଉପବାସ ଓ ପ୍ରାର୍ଥନା କରନ୍ତି, ଫାରୂଶୀମାନଙ୍କ ଶିଷ୍ୟମାନେ ମଧ୍ୟ ସେହି ପ୍ରକାର କରନ୍ତି, କିନ୍ତୁ ଆପଣଙ୍କ ଶିଷ୍ୟମାନେ ଖିଆପିଆ କରନ୍ତି।
34ସେଥିରେ ଯୀଶୁ ସେମାନଙ୍କୁ କହିଲେ, “ବରଯାତ୍ରୀମାନଙ୍କ ସହିତ ବର ଥିବା ସମୟରେ ତୁମ୍ଭେମାନେ କି ସେମାନଙ୍କୁ ଉପବାସ କରାଇପାର?
35କିନ୍ତୁ ସମୟ ଆସିବ; ଆଉ ଯେତେବେଳେ ସେମାନଙ୍କଠାରୁ ବରଙ୍କୁ କାଢ଼ି ନିଆଯିବ, ସେତେବେଳେ ସେହି ସମୟରେ ସେମାନେ ଉପବାସ କରିବେ।”
36ପୁଣି, ସେ ସେମାନଙ୍କୁ ଏକ ଦୃଷ୍ଟାନ୍ତ ମଧ୍ୟ କହିଲେ, “କେହି ନୂଆ ଲୁଗାରୁ ତାଳି ଛିଣ୍ଡାଇ ପୁରୁଣା ଲୁଗାରେ ପକାଏ ନାହିଁ; ପକାଇଲେ ସେ ନୂଆ ଖଣ୍ଡିକ ଚିରିଦେବ, ପୁଣି, ନୂଆ ଲୁଗାର ତାଳିଟି ମଧ୍ୟ ପୁରୁଣା ସାଙ୍ଗରେ ମିଶିବ ନାହିଁ।