10ଆଉ, ସେ ଚାରିଆଡ଼େ ସମସ୍ତଙ୍କ ପ୍ରତି ଦୃଷ୍ଟିପାତ କରି ତାହାକୁ କହିଲେ, “ତୁମ୍ଭର ହାତ ବଢ଼ାଅ।” ସେଥିରେ ସେ ତାହା କଲା, ଆଉ ତାହାର ହାତ ପୁଣି, ଭଲ ହୋଇଗଲା।
11କିନ୍ତୁ ସେମାନେ କ୍ରୋଧରେ ପୂର୍ଣ୍ଣ ହେଲେ, ଆଉ ଯୀଶୁଙ୍କ ପ୍ରତି କଅଣ କରିପାରନ୍ତି, ସେ ବିଷୟରେ ପରସ୍ପର କଥାବାର୍ତ୍ତା କରିବାକୁ ଲାଗିଲେ।
12ସେହି ସମୟରେ ସେ ଦିନେ ପ୍ରାର୍ଥନା କରିବା ନିମନ୍ତେ ପର୍ବତକୁ ବାହାରିଯାଇ ଈଶ୍ବରଙ୍କ ନିକଟରେ ପ୍ରାର୍ଥନା କରୁ କରୁ ସାରା ରାତ୍ରି ବିତାଇଲେ।
13ସକାଳ ହୁଅନ୍ତେ, ସେ ଆପଣା ଶିଷ୍ୟମାନଙ୍କୁ ପାଖକୁ ଡାକି ସେମାନଙ୍କ ମଧ୍ୟରୁ ବାର ଜଣକୁ ମନୋନୀତ କଲେ; ସେ ସେମାନଙ୍କୁ ମଧ୍ୟ ପ୍ରେରିତ ନାମ ଦେଲେ,
14ସେମାନେ ଶିମୋନ, ଯାହାକୁ ସେ ମଧ୍ୟ ପିତର ନାମ ଦେଲେ, ଆଉ ତାହାଙ୍କ ଭାଇ ଆନ୍ଦ୍ରିୟ, ଯାକୁବ ଓ ଯୋହନ, ଫିଲିପ୍ପ ଓ ବାର୍ଥଲମୀ,