15ମାଥିଉ ଓ ଥୋମା, ଆଲଫିଙ୍କ ପୁତ୍ର ଯାକୁବ ଓ ଶିମୋନ, ଯାହାଙ୍କୁ ଉଦ୍ଯୋଗୀ ବୋଲି କହନ୍ତି,
16ଯାକୁବଙ୍କ ପୁତ୍ର ଯିହୂଦା ଓ ଇଷ୍କାରିୟୋତୀୟ ଯିହୂଦା, ଯେ ତାହାଙ୍କୁ ଶତ୍ରୁ ହସ୍ତରେ ସମର୍ପଣ କଲା।
17ଆଉ ସେ ସେମାନଙ୍କ ସହିତ ଓହ୍ଲାଇ ଗୋଟିଏ ସମତଳ ଭୂମିରେ ଠିଆ ହେଲେ, ପୁଣି, ତାହାଙ୍କର ଅନେକ ଶିଷ୍ୟ ଏବଂ ସମସ୍ତ ଯିହୂଦିୟା ପ୍ରଦେଶ, ଯିରୂଶାଲମ ଆଉ ସୋର ଓ ସୀଦୋନର ଉପକୂଳରୁ ଅନେକେ ଉପସ୍ଥିତ ହେଲେ;
18ସେମାନେ ତାହାଙ୍କ ବାକ୍ୟ ଶୁଣିବାକୁ ଓ ଆପଣା ଆପଣା ରୋଗରୁ ସୁସ୍ଥ ହେବାକୁ ଆସିଥିଲେ, ଆଉ ଯେଉଁମାନେ ଅଶୁଚି ଆତ୍ମାଗୁଡ଼ାକ ଦ୍ୱାରା କଷ୍ଟ ପାଉଥିଲେ, ସେମାନେ ସୁସ୍ଥ କରାଗଲେ;
19ପୁଣି, ଲୋକସମୂହ ତାହାଙ୍କୁ ଛୁଇଁବାକୁ ଚେଷ୍ଟା କରୁଥିଲେ, କାରଣ ତାହାଙ୍କଠାରୁ ଶକ୍ତି ବାହାରି ସମସ୍ତଙ୍କୁ ସୁସ୍ଥ କରୁଥିଲା।