ଲୂକ 6

“କିନ୍ତୁ ହାୟ, ଦଣ୍ଡର ପାତ୍ର ଧନୀ ଯେ ତୁମ୍ଭେମାନେ, କାରଣ ତୁମ୍ଭେମାନେ ଆପଣା ଆପଣା ସୁଖ ଭୋଗ କରିଅଛ।

Luke 6:24 (UKJV) But woe unto you that are rich! for all of you have received your consolation.

22ଲୋକେ ଯେବେ ତୁମ୍ଭମାନଙ୍କୁ ଘୃଣା କରନ୍ତି ଓ ମନୁଷ୍ୟପୁତ୍ରଙ୍କ ହେତୁ ଅଲଗା କରନ୍ତି ପୁଣି, ନିନ୍ଦା କରନ୍ତି ଓ ତୁମ୍ଭମାନଙ୍କ ନାମକୁ ମନ୍ଦ ବୋଲି ଅଗ୍ରାହ୍ୟ କରନ୍ତି, ତେବେ ତୁମ୍ଭେମାନେ ଧନ୍ୟ।

23ସେହି ଦିନ ଆନନ୍ଦରେ ନୃତ୍ୟ କର, କାରଣ ଦେଖ, ସ୍ୱର୍ଗରେ ତୁମ୍ଭମାନଙ୍କର ପୁରସ୍କାର ପ୍ରଚୁର; ଆଉ ସେହିପରି ତ ସେମାନଙ୍କ ପିତୃ-ପୁରୁଷମାନେ ଭାବବାଦୀମାନଙ୍କ ପ୍ରତି କରୁଥିଲେ।”

24“କିନ୍ତୁ ହାୟ, ଦଣ୍ଡର ପାତ୍ର ଧନୀ ଯେ ତୁମ୍ଭେମାନେ, କାରଣ ତୁମ୍ଭେମାନେ ଆପଣା ଆପଣା ସୁଖ ଭୋଗ କରିଅଛ।

25ହାୟ, ଦଣ୍ଡର ପାତ୍ର ବର୍ତ୍ତମାନ ପରିତୃପ୍ତ ଯେ ତୁମ୍ଭେମାନେ, କାରଣ ତୁମ୍ଭେମାନେ କ୍ଷୁଧିତ ହେବ। ହାୟ, ଦଣ୍ଡର ପାତ୍ର ବର୍ତ୍ତମାନ ହାସ୍ୟ କରୁଅଛ ଯେ ତୁମ୍ଭେମାନେ, କାରଣ ତୁମ୍ଭେମାନେ ଦୁଃଖ ଓ ରୋଦନ କରିବ।

26ଯେତେବେଳେ ଲୋକ ସମସ୍ତେ ତୁମ୍ଭମାନଙ୍କର ପ୍ରଶଂସା କରନ୍ତି, ସେତେବେଳେ ହାୟ, ତୁମ୍ଭେମାନେ ଦଣ୍ଡର ପାତ୍ର; ସେହିପରି ତ ସେମାନଙ୍କ ପିତୃ-ପୁରୁଷମାନେ ଭଣ୍ଡ ଭାବବାଦୀମାନଙ୍କ ପ୍ରତି କରୁଥିଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.