26ଯେତେବେଳେ ଲୋକ ସମସ୍ତେ ତୁମ୍ଭମାନଙ୍କର ପ୍ରଶଂସା କରନ୍ତି, ସେତେବେଳେ ହାୟ, ତୁମ୍ଭେମାନେ ଦଣ୍ଡର ପାତ୍ର; ସେହିପରି ତ ସେମାନଙ୍କ ପିତୃ-ପୁରୁଷମାନେ ଭଣ୍ଡ ଭାବବାଦୀମାନଙ୍କ ପ୍ରତି କରୁଥିଲେ।
27କିନ୍ତୁ ଶୁଣୁଅଛ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କୁ ମୁଁ କହୁଅଛି, ତୁମ୍ଭମାନଙ୍କ ଶତ୍ରୁମାନଙ୍କୁ ପ୍ରେମ କର; ଯେଉଁମାନେ ତୁମ୍ଭମାନଙ୍କୁ ଘୃଣା କରନ୍ତି, ସେମାନଙ୍କର ମଙ୍ଗଳ କର;
28ଯେଉଁମାନେ ତୁମ୍ଭମାନଙ୍କୁ ଅଭିଶାପ ଦିଅନ୍ତି, ସେମାନଙ୍କୁ ଆଶୀର୍ବାଦ କର; ଯେଉଁମାନେ ତୁମ୍ଭମାନଙ୍କୁ ଅପବ୍ୟବହାର କରନ୍ତି, ସେମାନଙ୍କ ନିମନ୍ତେ ପ୍ରାର୍ଥନା କର।
29ଯେ ତୁମ୍ଭକୁ ଗୋଟିଏ ଗାଲରେ ଚାପୁଡ଼ା ମାରେ, ତାହା ପ୍ରତି ଅନ୍ୟ ଗାଲ ମଧ୍ୟ ଦେଖାଇଦିଅ; ଆଉ, ଯେ ତୁମ୍ଭର ବସ୍ତ୍ର ନେଇଯାଏ, ତାହାକୁ ତୁମ୍ଭର ଅଙ୍ଗରଖା ମଧ୍ୟ ନେବାକୁ ମନା କର ନାହିଁ।
30ଯେ କେହି ତୁମ୍ଭକୁ ମାଗେ, ତାହାକୁ ଦିଅ; ଆଉ ଯେ ତୁମ୍ଭର ସମ୍ପତ୍ତି ନେଇଯାଏ, ତାହାଠାରୁ ତାହା ପୁନର୍ବାର ଦାବି କର ନାହିଁ।